ରାସଗୋବିନ୍ଦପୁର,୭ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକର ଅଧିକାଂଶ ଲୋକ ଧାନଚାଷ ଉପରେ ନିର୍ଭର କରନ୍ତି। ଏହି ବ୍ଲକ ମଧ୍ୟରେ ସୁବର୍ଣ୍ଣରେଖା, ଜମ୍ଭୀରା ଓ ସାନନଦୀ ପ୍ରବାହିତ ହେଉଛି। ମାତ୍ର ବିଶେଷ ଜଳସେଚନ ବ୍ୟବସ୍ଥା ନ ଥିବାରୁ ଅଞ୍ଚଳର ଚାଷୀମାନେ ଖରିଫ ଧାନଚାଷ ପାଇଁ ବର୍ଷା ଉପରେ ହିଁ ନିର୍ଭର କରିଥାଆନ୍ତି। ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଅଞ୍ଚଳର ୮୦ଭାଗରୁ ଊର୍ଦ୍ଧ୍ୱ ଜମି ପଡିଆ ପଡିଛି। ବର୍ତ୍ତମାନ ଧାନଚାଷ ପାଇଁ ଲଘୁଚାପଜନିତ ବର୍ଷା ହିଁ ଚାଷୀଙ୍କ ପାଇଁ ଭରସା ପାଲଟିଛି। ଗତ ୩ ବର୍ଷ ହେଲା ଲଘୁଚାପ ବର୍ଷା ଯୋଗୁ ଚାଷୀମାନେ ଧାନଚାଷ ଅମଳ କରି ଆସୁଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଗତ ୨୦୧୬ରେ ୧୧୪୮.୪ମି.ମି, ୨୦୧୭ରେ ୮୯୮.୧ମି.ମି, ୨୦୧୮ରେ ୯୬୧.୩ ମି.ମି ବର୍ଷା ହୋଇଥିଲା। ସାଧାରଣତଃ ଜୁନ୍ ମାସରେ ୨୧୫ମି.ମି, ଜୁଲାଇରେ ୩୬୬ମି.ମି., ଅଗଷ୍ଟ ମାସରେ ୩୬୪ମି.ମି ଓ ସେପ୍ଟେମ୍ବର ମାସରେ ୨୩୭ମି.ମି. ବର୍ଷା ଖରିଫ ଚାଷ ପାଇଁ ଆବଶ୍ୟକ ଥିବାବେଳେ ସ୍ବଳ୍ପ ବୃଷ୍ଟିପାତ ଚାଷୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଚଳିତ ଖରିଫ ଋତୁରେ ଏହି ବ୍ଲକରେ ୧୧ହଜାର ୯୬୦ ହେକ୍ଟର ଚାଷ ଜମିରେ କେବଳ ଧାନଚାଷ କରାଯିବାର କୃଷିି ବିଭାଗ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଗତ ଜୁନ୍ ମାସରେ ମାତ୍ର ୧୫୧.୭ ମି.ମି. ବର୍ଷା ହୋଇଛି। ଆବଶ୍ୟକତାଠାରୁ କମ୍ ପରିମାଣର ବୃଷ୍ଟିପାତ ହୋଇଥିବାରୁ ଏହି ବ୍ଲକର ୭୮୦ ହେକ୍ଟର ଜମିରେ ଧାନଚାଷ ହୋଇଛି। ଯେଉଁ କେତେକ ଚାଷୀ ନିଜ ଜମିରେ ବୋରୱେଲ ସ୍ଥାପନ କରିଛନ୍ତି ସେମାନେ ସ୍ବଳ୍ପ ଜମିରେ ଚାଷ କାର୍ଯ୍ୟ କରିବାରେ ସକ୍ଷମ ହୋଇଛନ୍ତି। ତେବେ ଶ୍ରାବଣମାସ ଶେଷ କିମ୍ବା ଭାଦ୍ରବ ପ୍ରଥମ ସପ୍ତାହ ମଧ୍ୟରେ ଆବଶ୍ୟକ ବୃଷ୍ଟିପାତ ନ ହେଲେ ରାସଗୋବିନ୍ଦପୁର ବ୍ଲକରେ ମରୁଡି ହେବାର ଆଶଙ୍କାକୁ ଏଡ଼ାଇ ଦେଇହେବ ନାହିଁ ବୋଲି କୁହାଯାଉଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..
ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...
ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...
Archives


