ବର୍ଷା ଋତୁ ଆରମ୍ଭ ସତ୍ତ୍ୱେ ସରିଲାନି ପୋଲ କାମ; ୬ରୁ ଅଧିକ ଗାଁ ବିଚ୍ଛିନ୍ନ ହେବା ଆଶଙ୍କା

ଖଇରା, ୧।୭ (ଉତ୍କଳବନ୍ଧୁ ପଣ୍ଡା)-  ବାଲେଶ୍ୱର ଜିଲା ଖଇରା ଓ ଔପଦା ବ୍ଲକକୁ ସଂଯୋଗ କରୁଥିବା କଣ୍ଟାବଣିଆ-ଡଗରପଡା ରାସ୍ତାର ଦିଘିତେନ୍ତୁଳି ଗ୍ରାମ ନିକଟରେ ନିର୍ମାଣାଧୀନ ଥିବା ପୋଲ ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି। ବର୍ଷାଋତୁ ଆରମ୍ଭ ହୋଇଯାଇଥିବାରୁ ପୋଲ କାମ ଶେଷ ହେବା ନେଇ ଅନିଶ୍ଚତତା ଦେଖାଦେଇଛି। ଏବେ ନିକଟସ୍ଥ ପାହାଡରୁ ରାଘବପୁର କ୍ଷୁଦ୍ର ଜଳସେଚନ ପ୍ରକଳ୍ପ (ଏମ୍‌ଆଇପି) ଦେଇ ଆସୁଥିବା ବର୍ଷାପାଣି ଲୋକଙ୍କ ଚିନ୍ତା ବଢାଇଛି। ଅଧିକ ପାଣି ଆସିଲେ କିମ୍ବା ବନ୍ୟା ପରିସ୍ଥିତି ସୃଷ୍ଟି ହେଲେ ଦିଘିତେନ୍ତୁଳି, ମହୁଲଗଡିଆ, ମଙ୍ଗଳପଡା, ଡଗରପଡା, ବହାଦଲପୁର ଆଦି ଆଖପାଖ ଅଞ୍ଚଳରୁ ୬ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିବା ଆଶଙ୍କା ଦେଖାଦେଇଛି। ଜଳସେଚନ ବିଭାଗ ଏହି ପୋଲ ନିର୍ମାଣ କାମ ସାରିବାକୁ ତତ୍ପରତା ପ୍ରକାଶ କରୁ ନ ଥିବାରୁ ଅଞ୍ଚଳବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି।
ସ୍ଥାନୀୟ ଅଞ୍ଚଳବାସୀଙ୍କ ପକ୍ଷରୁ ଦାମୋଦର ରାଉତ, ମାୟାଧର ରାଉତ, ଦିନବନ୍ଧୁ ବିଶ୍ୱାଳ, ଚିତ୍ତରଞ୍ଜନ ପଣ୍ଡା, ଭାସ୍କର ପଣ୍ଡା, ଚିନ୍ତାମଣି ପଣ୍ଡା, ଅକ୍ଷୟ ବିଶ୍ୱାଳ, ବୁଦ୍ଧିରାମ ରାଉଳ, ଦୀନବନ୍ଧୁ ରାଉଳ ପ୍ରମୁଖ ଅଭିଯୋଗ କରିଛନ୍ତି ଯେ, ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା କେନାଲର ସମ୍ପ୍ରସାରଣ କାର୍ଯ୍ୟ କଚ୍ଛପ ଗତିରେ ଚାଲିଛି। ବର୍ଷକ ତଳେ ଦିଘିତେନ୍ତୁଳି ଗ୍ରାମ ସମ୍ମୁଖ ରାସ୍ତାରେ କେନାଲ ଅତିକ୍ରମ କରୁଥିବା ସ୍ଥାନରେ ପୋଲ ନିର୍ମାଣ ସହିତ ରାଘବପୁର କ୍ଷୁଦ୍ରସେଚ ପ୍ରକଳ୍ପର ଉଦ୍‌ବୃତ୍ତ ଜଳ ନିଷ୍କାସନ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଲାଗି କାର୍ଯ୍ୟ ଆରମ୍ଭ ହୋଇଥିଲା। ହେଲେ ନିର୍ମାଣ କାର୍ଯ୍ୟକୁ ଦୀର୍ଘଦିନ ପକାଇ ରଖି ଏବେ ବର୍ଷାଋତୁ ଆରମ୍ଭ ହେବା ଅଳ୍ପଦିନ ଆଗରୁ କାମ ଆରମ୍ଭ କରାଯାଇଥିଲା। ସେହିଭଳି ରାଘବପୁର ଏମ୍‌ଆଇପିରୁ ଜଳ ନିଷ୍କାସନ ପାଇଁ ଓସାରିଆ ନାଳ ଓ ପୋଲ ବ୍ୟବସ୍ଥା କରାଯାଇ ନ ଥିବାରୁ ଏହି ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ଉପୁଜିବା ଆଶଙ୍କା ଦେଖାଦେଇଛି। ତୁରନ୍ତ ପୋଲ ନିର୍ମାଣ କାର୍ଯ୍ୟ ସାରିବା ସହ ଜଳ ନିଷ୍କାସନ ବ୍ୟବସ୍ଥା କରା ନ ଗଲେ ଖଇରା ବ୍ଲକର ଦିଘିତେନ୍ତୁଳି, ଶାଳପଡା ଏବଂ ଔପଦା ବ୍ଲକର ମହୁଲଗଡିଆ, ଚଁପୁର, ଜାନିକାପାଳ, ତେନ୍ତୁଳିମାଳ ଆଦି ଗ୍ରାମ ପାଣିରେ ଭାସିବ ବୋଲି ଏସବୁ ଗ୍ରାମର ବାସିନ୍ଦା ଅଭିଯୋଗ କରିଛନ୍ତି। ଏବେ ଲୋକଙ୍କ ଯାତାୟାତ ପାଇଁ ନିର୍ମିତ ହୋଇଥିବା ଡାଇଭର୍ସନ ରାସ୍ତା ଅତ୍ୟନ୍ତ ଦୁର୍ବଳ ବୋଲି ଗ୍ରାମବାସୀ ଆପତ୍ତି ଉଠାଇଛନ୍ତି ା ଏ ସମ୍ପର୍କରେ ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ରାଜେଶ ରଥଙ୍କୁ ପଚାରିବାରୁ କହିଛନ୍ତି, ଠିକାଦାର ନିର୍ମାଣ କାର୍ଯ୍ୟ ଠିକ୍‌ ସମୟରେ ଆରମ୍ଭ କରି ନ ପାରିବାରୁ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରେ ସାମାନ୍ୟ ବିଳମ୍ବ ହୋଇଛି। ତଥାପି ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଚାଲିଛି। ବର୍ଷାପାଣି ଆସିବା ପୂର୍ବରୁ କାମ ଶେଷ ହୋଇଯିବ ବୋଲି ଆଶା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri