ବର୍ଷା ଛାଡ଼ିଲା, ବଢ଼ିବ ଥଣ୍ଡା; ୩ ଦିନ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୫।୧(ବ୍ୟୁରୋ)-ଗତ ଦୁଇଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସାଙ୍ଗକୁ କୋହଲା ପାଗ ଥଣ୍ଡା ପରିବେଶ ସୃଷ୍ଟି କରିଛି । ବର୍ଷା ଛାଡିଯାଇଥିଲେ ମଧ୍ୟ ଆକାଶ ମେଘାଚ୍ଛନ୍ନ ରହିଛି। ଆସନ୍ତା ୬ ଓ ୭ ତାରିଖରେ ପାଗରେ ପରିବର୍ତ୍ତନ ହେବ। ଶୁଖିଲା ପାଗ ସାଙ୍ଗକୁ ସର୍ବନିମ୍ନ ପାରଦ ଆହୁରି ୪ରୁ ୫ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିବ। ବଣ ପାହାଡ଼ ଅଞ୍ଚଳରେ ପ୍ରବଳ ଥଣ୍ଡା ଦେହ ମୁଣ୍ଡ ଥରାଇ ଦେବ। ତେବେ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୩ ଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। ରବିବାର କନ୍ଧମାଳ, ସମ୍ବଲପୁର, ମାଲକାନଗିରି, ଝାରସୁଗୁଡା, କଳାହାଣ୍ଡି ଜିଲାର କେତେକ ସ୍ଥାନରେ ଘନକୁହୁଡ଼ି ହେବାର ସମ୍ଭାବନା ରହିଛି। ସେହିପରି ସୋମବାର ଓ ମଙ୍ଗଳବାର ଅନୁଗୋଳ, ଢେଙ୍କାନାଳ, ଜଗତ୍‌ସିଂହପୁର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, କଟକ ଏବଂ ଖୋର୍ଦ୍ଧା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନକୁହୁଡ଼ି ହେବାର ସମ୍ଭାବନା ରହିଛି। ଏହି ସମୟରେ ଯାନବାହନ ଚଲାଇବା ବେଳେ ସାବଧାନତା ଅବଲମ୍ବନ କରିବାକୁ କୁହାଯାଇଛି।
ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ବାଲେଶ୍ୱରରେ ୨୨.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲି ୬.୯, କଟକ ୬.୨, ପାରାଦୀପ ୪.୪, ଭୁବନେଶ୍ୱର ୧୨.୩, ପୁରୀ ୨.୭, ଅନୁଗୋଳ ୧୨.୬, କେନ୍ଦୁଝର ୧୪.୮, ସୁନ୍ଦରଗଡ଼ ୪, ତାଳଚେର ୫୮, ବଲାଙ୍ଗୀର ୫, କୋରାପୁଟ ୩.୪, ଫୁଲବାଣୀ ୯.୪, ଟିଟିଲାଗଡ଼ରେ ୬ ମିଲିମିଟର ବର୍ଷା ହୋଇଛି। ବର୍ଷା ସତ୍ତ୍ୱେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ସୋମବାର ଠାରୁ ରାଜ୍ୟରେ ଶୀତ ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri