ବର୍ଷା ନାହିଁ, ଜମିରେ ଚରୁଛନ୍ତି ଗୋରୁ

ଢେଙ୍କାନାଳ ଅଫିସ,୧୬ା୭ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଓ କଣ୍ଟାବଣିଆ ଥାନା ଅଞ୍ଚଳରେ ବର୍ଷା ଅଭାବ ନେଇ ଚାଷୀ ହତାଶ ହୋଇପଡିଛନ୍ତି। ଦୁଇ ସପ୍ତାହ ତଳେ ଲଘୁଚାପ ଯୋଗୁ ସାମାନ୍ୟ ବର୍ଷା ହୋଇଥିଲା, ଯାହା କି ଚାଷ ପାଇଁ ପର୍ଯ୍ୟାପ୍ତ ନୁହେଁ । ବ୍ଲକର କମଳାଙ୍ଗ, ମଙ୍ଗଳପୁର, କୁଶୁପଙ୍ଗା, ଖଡଗପ୍ରସାଦ, ଶିବପୁର, ମୋଟଙ୍ଗା, ନିମିଧା, ବିଡୋ ପଞ୍ଚାୟତରେ ବର୍ଷାର ଦେଖା ନ ଥିବାରୁ ଚାଷୀଙ୍କ ଚିନ୍ତା ବଢିଛି। ଧାନ ତଳି ପଡିିଥିବା ବିଲରେ ପାଣି ନ ଥିବାରୁ ମାଟି ଶୁଖି ଫାଟି ଆଁ ହେଲାଣି ା ବୁଣା ଯାଇଥିବା ଧାନ କ୍ଷେତରେ ଏବେ ଗୋରୁଗାଈ ଚରୁଛନ୍ତି ା ଅନ୍ୟପକ୍ଷରେ ଏହି ଅଞ୍ଚଳରେ ନିର୍ମିତ ରେଙ୍ଗାଳି ଦକ୍ଷିଣପାର୍ଶ୍ୱ କେନାଲରେ ଚଳିତବର୍ଷ ପାଇଁ ଆଜି ପର୍ଯ୍ୟନ୍ତ ମଧ୍ୟ ପାଣି ଛଡାଯାଇନାହିଁ। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯାଇଛି। ଏପରି ଲାଗି ରହିଲେ ଗଜା ମରୁଡିର ଆଶଙ୍କା ସୃଷ୍ଟି ହୋଇଛି। ଏ ଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ବ୍ଲକ ଓ ଜିଲା କୃଷି ବିଭାଗକୁ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...

ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…

ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...

ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି

ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...

୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ

ହିନ୍ଦୋଳ, ୨୨।୧୧: ଠକେଇ ମାମଲାରେ ୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ। ୬୮.୮୫ ଲକ୍ଷ ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ...

ତେଜରାତି ଦୋକାନରୁ ବିଦେଶୀ ମଦ ଜବତ: ଜଣେ ଗିରଫ

ପରଜଙ୍ଗ,୧୭।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ରୋଡ ଗ୍ରାମରେ ଥିବା ପ୍ରାଥମିକ ସ୍କୁଲ ନିକଟରେ ଥିବା ଏକ ତେଜରାତି ଦୋକାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri