ବର୍ଷା ନାହିଁ, ଜଳିଗଲାଣି ଧାନ ଗଛ

ପଦ୍ମପୁର, ୨୫।୭ (ଡି.ଏନ.ଏ): ଧାରା ଶ୍ରାବଣରେ ବର୍ଷାର ଦେଖାନାହିଁ । ନିଖୋଜ ହୋଇଯାଇଛି ମୌସୁମୀ । ଆକାଶରେ ମେଘ ଗର୍ଜୁଛି ହେଲେ ବରଷୁ ନାହିଁ । ଦିନରେ ମୁଣ୍ଡ ଫଟା ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ଏଭଳି ପାଗ ପଦ୍ମପୁର ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି । ଏପରି ଅବସ୍ଥା ଯଦି ଆଉ ସପ୍ତାହେ ଲାଗି ରହେ ତେବେ ଚାଷୀକୂଳ ସମ୍ପୂର୍ଣ୍ଣ ମରୁଡି ପ୍ରଭାବିତ ହେବେ । ଧାନ ବେଉଷୁଣ ସମୟରେ କ୍ଷେତରେ ପାଣି ନାହିଁ । ଛୋଟ ଛୋଟ ଧାନ ଗଛର ପତ୍ର ପୋଡିଯାଉଛି । ଅନେକ ତଳି ଧାନ ଲାଲ ହୋଇ ନଷ୍ଟ ହେବା ଆରମ୍ଭ ହେଲାଣି । ଫଳରେ ପଦ୍ମପୁର କୃଷି ଜିଲାର ପଦ୍ମପୁର, ପାଇକମାଳ ଓ ଝାରବନ୍ଧ ବ୍ଲକରେ କୃଷି ବିଭାଗ ପକ୍ଷରୁ ହୋଇଥିବା ଲକ୍ଷ୍ୟଧାର୍ଯ୍ୟ ପୂରଣ ହୋଇ ପାରୁନାହିଁ। ବିଭାଗ ପକ୍ଷରୁ ପଦ୍ମପୁର ବ୍ଲକରେ ୨୧ ହଜାର ୪୯୯ ହେକ୍ଟର, ପାଇକମାଳ ବ୍ଲକରେ ୨୮ ହଜାର ୫୯୯ ହେକ୍ଟର ଓ ଝାରବନ୍ଧ ବ୍ଲକରେ ୧୫ ହଜାର ୫୫୦ ହେକ୍ଟର ଜମିରେ ଧାନ ଚାଷର ଲକ୍ଷ୍ୟଥିବା ବେଳେ ବର୍ଷା ଅଭାବରୁ ପ୍ରାୟ ୫୦ ପ୍ରତିଶତ ଧାନ କ୍ଷେତ ପ୍ରଭାବିତ ହୋଇଥିବା ଜିଲା କୃଷି ଅଧିକାରୀ ବ୍ରଜ କିଶୋର ଲେଙ୍କା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?