ବର୍ଷା, ପବନରେ ଦାରିଙ୍ଗବାଡ଼ି ବେହାଲ : ତହସିଲଦାର, ବିଡିଓଙ୍କ ଘଟଣାସ୍ଥଳ ପରିଦର୍ଶନ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ ବହୁ ଘର ଭାଙ୍ଗିବା ସହ କୁଆପଥର ମାଡ଼ରେ ଆଜବେଷ୍ଟ ଭାଙ୍ଗି ଯାଇ ଘରେ ପାଣି ପଶି ବହୁ କ୍ଷୟକ୍ଷତି ହୋଇଛି । ଉକ୍ତ ବ୍ଳକର ଦାରିଙ୍ଗବାଡ଼ି ସମେତ ଆଖପାଖ ସିମନବାଡ଼ି, କିରିକୁଟି, ତିଲୋରୀ, ସବୁଠାରୁ ଅଧିକ ଶ୍ରାନିକେତା ପଞ୍ଚାୟତର ଶ୍ରାନିକେତା, ଦଣ୍ଡିମା, ସୁଲୁମାହା, ଡବୁଲୁମାହା ଆଦି ଅଞ୍ଚଳରେ କ୍ଷତି ଘଟିଛି । କ୍ଷତିଗ୍ରସ୍ତ ଲୋକମାନେ ରାଜସ୍ବ ନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରିଥିଲେ । ଖବରପାଇ ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ସନ୍ଧ୍ୟାରେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ଶୁକ୍ରବାର ଦାରିଙ୍ଗବାଡ଼ି ତହସିଲଦାର ନୀତୀଶ ତ୍ରିପାଠୀ, ବିଡିଓ ମାତାରାମ ଲେୟାଙ୍ଗି ପ୍ରମୁଖ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତିି । ପ୍ରାଥମିକ ଭାବେ ଘର ଛପର ଉଡ଼ିଥିବା ଏବଂ ଆଜବେଷ୍ଟସ ଭାଙ୍ଗିଥିବା ପରିବାର ଲୋକଙ୍କୁ ପଲିଥିନ ଯୋଗାଇ ଦିଆଯାଉଥିବା ତହସିଲଦାର ତ୍ରିପାଠୀ ସୂଚନା ଦେଇଛନ୍ତି ।
ମଧ୍ୟରାତ୍ରିରେ ମଧ୍ୟ ପବନ ସହ ଘଡ଼ଘଡ଼ି, ବିଜୁଳି ପ୍ରବଳମାତ୍ରାରେ ହେବା ଯୋଗୁ ବିଦ୍ୟୁତ୍‌ ଖୁଣ୍ଟଗୁଡ଼ିକ ଭାଙ୍ଗିଯିବା ସହ ରୁତୁଙ୍ଗିଆରେ ସବ୍‌ଷ୍ଟେଶନ ଭାଙ୍ଗି ତଳେ ପଡ଼ି ଯାଇଛି । ଏ ନେଇ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ହୋଇପାରିନାହିଁ । ଫଳରେ ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତର ପ୍ରାୟ ୪୦ ହଜାର ଲୋକ ଅନ୍ଧାରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri