ବର୍ଷା ପାଇଁ ସମ୍ବଲପୁର-ଟିଟିଲାଗଡ଼ ସେକ୍ସନରେ ସେବା ବ୍ୟାହତ: ୯ ଟ୍ରେନ ବାତିଲ, ୧୧ଟିର ଗତିପଥ ବଦଳିଲା

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଅବିରତ ବର୍ଷା ଯୋଗୁ ବିଶେଷକରି ପଶ୍ଚିମ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ସମ୍ବଲପୁର-ଟିଟିଲାଗଡ଼ ରେଳ ସେକ୍ସନରେ ସେବା ବ୍ୟାହତ ହୋଇଛି। ଅଧିକାଂଶ ସ୍ଥାନରେ ରେଳ ଧାରଣା ଉପରେ ପାଣି ପ୍ରବାହିତ ହେଉଛି। ଟ୍ରେନ ଓ ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ସେକ୍ସନରେ ୯ ଟ୍ରେନକୁ ବାତିଲ୍‌ କରାଯାଇଥିବାବେଳେ ୩ଟିର ଆଂଶିକ ବାତିଲ୍‌ ଓ ୧୧ ଟ୍ରେନର ଗତିପଥ ବଦଳାଯାଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।
ମିଳିଥିବା ସୂଚନାନୁସାରେ, ଦେଓଗଁା ରୋଡ୍‌-ବରଗଡ଼, ଲୋଇସିଂହା-ବଲାଙ୍ଗୀର, ବରପାଲି-ଡୁଙ୍ଗୁରିପାଲି ଷ୍ଟେଶନ ମଧ୍ୟରେ ରେଳ ଧାରଣାରେ ପାଣି ଚାଲୁଛି। ଏଥିପାଇଁ ୩ ଏକ୍ସପ୍ରେସ ଓ ୬ ପାସେଞ୍ଜର ଟ୍ରେନକୁ ୧୪ରୁ ୧୭ ତାରିଖ ଯାଏ ବାତିଲ କରାଯାଇଛି। ବାତିଲ ଟ୍ରେନ୍‌ଗୁଡିକ ହେଲା ରାଉରକେଲା-ଜଗଦଲପୁର ଏକ୍ସପ୍ରେସ, ସମ୍ବଲପୁର-ରାୟଗଡା ଏକ୍ସପ୍ରେସ, ରାଉରକେଲା- ପୁରୀ-ରାଉରକେଲା ଏକ୍ସପ୍ରେସ୍‌, ଜଗଦଲପୁର-ରାଉରକେଲା ପାସେଞ୍ଜର, ଦୁର୍ଗ-ବିଶାଖାପାଟଣା ପାସେଞ୍ଜର, ଟିଟିଲାଗଡ଼-ବିଳାସପୁର ପାସେଞ୍ଜର, ସମ୍ବଲପୁର-କୋରାପୁଟ ପାସେଞ୍ଜର, କୋରାପୁଟ- ସମ୍ବଲପୁର ପାସେଞ୍ଜର, ସମ୍ବଲପୁର-ଜୁନାଗଡ଼ ରୋଡ ପାସେଞ୍ଜର, ଜୁନାଗଡ଼ ରୋଡ୍‌-ସମ୍ବଲପୁର ପାସେଞ୍ଜର। ଅନ୍ୟପକ୍ଷରେ ହାଓଡ଼ା-ଟିଟିଲାଗଡ଼ ଏକ୍ସପ୍ରେସ ସମ୍ବଲପୁର ଓ ଟିଟିଲାଗଡ ମଧ୍ୟରେ, ହାଓଡା-ଜଗଦଲପୁର ଏକ୍ସପ୍ରେସ ସମ୍ବଲପୁର ଓ ଜଗଦଲପୁର ମଧ୍ୟରେ ଏବଂ ଭୁବନେଶ୍ୱର-ବଲାଙ୍ଗୀର ଇଣ୍ଟରସିଟି ଏକ୍ସପ୍ରେସ ସମ୍ବଲପୁର ଓ ବଲାଙ୍ଗୀର ମଧ୍ୟରେ ବାତିଲ୍‌ ରହିବ। ସେହିପରି ଧାନବାଦ-ଆଲେପି ଏକ୍ସପ୍ରେସ, ହଟିଆ-ଯଶୋବନ୍ତପୁର ଏକ୍ସପ୍ରେସ, ସୁରଟ-ପୁରୀ ଏକ୍ସପ୍ରେସ ଆଦି ୧୧ ଟ୍ରେନର ଗତିପଥ ବଦଳାଯାଇଛି ବୋଲି ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri