Categories: ରାଜ୍ୟ

ବର୍ଷା-ବଜ୍ରପାତ ସମ୍ଭାବନା: ଅପରାହ୍ନ ୫.୩୦ ଯାଏ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ରବିବାର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷକରି ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ଦେବଗଡ଼, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, କେନ୍ଦୁଝର, ଅନୁଗୋଳ, କଟକ, ପୁରୀ ଓ ମୟୂରଭଞ୍ଜରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାଛଡ଼ା ଭୁବନେଶ୍ୱର ଓ କଟକ ସହରବାସୀଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଅପରାହ୍ନ ୫.୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।