Posted inଜାତୀୟ

ବର୍ଷା ବିତ୍ପାତ: ମୃତ୍ୟୁସଂଖ୍ୟା ୧୪୫; ବିହାର ଉପମୁଖ୍ୟମନ୍ତ୍ରୀ ଓ ପରିବାରଙ୍କୁ ଉଦ୍ଧାର କଲା ଏନ୍‌ଡିଆର୍‌ଏଫ୍‌

ନୂଆଦିଲ୍ଲୀ, ୧ା୧୦(ପି.ଟି.): ବିହାର ଓ ଉତ୍ତରପ୍ରଦେଶ ସମେତ ୪ ରାଜ୍ୟରେ ବର୍ଷାଜନିତ ମୃତ୍ୟୁସଂଖ୍ୟା ୧୪୫ରେ ପହଞ୍ଚିଛି। ଲଗାଣ ବର୍ଷା ଯୋଗୁ କେତେକ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବିହାରରେ ଅନେକ ଲୋକ ପାଣିଘେରରେ ରହିଛନ୍ତି। ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ଓ ତାଙ୍କ ପରିବାର ସଦସ୍ୟ ପାଟନା ବାସଭବନରେ ଜଳବନ୍ଦୀ ରହିଥିବାବେଳେ ସୋମବାର ସେମାନଙ୍କୁ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ବୋଟ୍‌ ସହାୟତାରେ ଉଦ୍ଧାର କରିଛି। ରାଜ୍ୟ ସରକାର ବାୟୁସେନା ହେଲିକପ୍ଟରରେ ପ୍ରପୀଡ଼ିତଙ୍କୁ ରିଲିଫ ଯୋଗାଇବା ଲାଗି ପ୍ରୟାସ ଆରମ୍ଭ କରିଛନ୍ତି।
ବିହାରରେ ତିନିଦିନ ଧରି ଲାଗି ରହିଥିବା ବର୍ଷାରେ ମୃତ୍ୟୁସଂଖ୍ୟା ୨୯କୁ ବୃଦ୍ଧି ପାଇଛି। ଶହେ ବର୍ଷ ମଧ୍ୟରେ ବିହାରରେ ଏଭଳି ବର୍ଷା କେବେ ହୋଇ ନ ଥିଲା ବୋଲି କୁହାଯାଉଛି। ରାଜଧାନୀର ଅଧିକାଂଶ ହସ୍ପିଟାଲରେ ପାଣି ପଶିଯାଇଥିବାରୁ ରୋଗୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସେହିପରି ଜେଲ୍‌ରେ ପାଣି ପଶିଯିବାରୁ ବନ୍ଦୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ପାଟନାର ଅଧିକାଂଶ ଅଞ୍ଚଳରେ ୪ରୁ ୬ ଫୁଟ ଉଚ୍ଚତାର ପାଣି ଲହଡି ଭାଙ୍ଗୁଛି। ବ୍ୟସ୍ତବହୁଳ ଡାକ ବଙ୍ଗଳା ଚୌରାହା, ଏନ୍‌ଏମ୍‌ସିଏଚ୍‌ ଓ ଅନ୍ୟ ଅଞ୍ଚଳରେ ଛାତିଏ ଉଚ୍ଚର ପାଣି ଚାଲୁଛି। ସେହିପରି ରାଜେନ୍ଦ୍ର ନଗର, ରାମକ୍ରିଷ୍ଣ ନଗର, କଙ୍କରବାଗ୍‌, ବୋରିଂ ରୋଡ, ନାଲା ରୋଡ୍‌, ଗାନ୍ଧୀ ମୈଦାନ, ଦନାପୁର, ଗୋଲା ରୋଡ ଆଦି ଅଞ୍ଚଳ ଅଧିକ ପ୍ରଭାବିତ ହୋଇଛି। ୧୯୭୫ ପରେ ପାଟନାରେ ଏଭଳି ବର୍ଷା ବିତ୍ପାତ କେବେ ହୋଇ ନ ଥିଲା।
ଉତ୍ତରପ୍ରଦେଶ ସ୍ଥିତି ମଧ୍ୟ ସମାନ। ବାଲିଆ ଜିଲା ଜେଲ୍‌ରେ ଗଙ୍ଗା ନଦୀର ପାଣି ପଶିଯିବାରୁ ସେଠାରୁ ପ୍ରାୟ ୯୦୦ କଏଦୀଙ୍କୁ ଅନ୍ୟ ଜେଲ୍‌କୁ ସ୍ଥାନାନ୍ତର କରିବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ୫୦୦ କଏଦୀଙ୍କୁ ଆଜମଗଡ଼ ଜେଲ୍‌କୁ ଓ ଅନ୍ୟମାନଙ୍କୁ ଆମ୍ବେଦକରନଗର ଜେଲ୍‌କୁ ସ୍ଥାନାନ୍ତର କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ଏମାନଙ୍କ ସ୍ଥାନାନ୍ତର ଲାଗି ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ମଧ୍ୟ କରାଯାଇଛି। ବର୍ଷା ଓ ବନ୍ୟା ଯୋଗୁ କେବଳ ଉତ୍ତରପ୍ରଦେଶରେ ମୃତ୍ୟୁସଂଖ୍ୟା ୧୦୦ରେ ପହଞ୍ଚିଛି। ଏହାଛଡ଼ା ଝାଡ଼ଖଣ୍ଡର ଦୁମ୍‌କାରେ କାନ୍ଥପଡ଼ି ୩ ଜଣ ପ୍ରାଣ ହରାଇଥିବାବେଳେ ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, ରାଜସ୍ଥାନରେ ବର୍ଷାଜନିତ କାରଣରୁ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗୁଜରାଟର ରାଜକୋଟ ଜିଲାରେ ବନ୍ୟା ଜଳରେ ଏକ କାର ଭାସିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri