Posted inଖେଳ

ବର୍ଷା ଯୋଗୁ ମ୍ୟାଚ୍‌ ବାତିଲ: ପଏଣ୍ଟ ଭାଗ କଲେ ପାକିସ୍ତାନ, ଶ୍ରୀଲଙ୍କା

ବ୍ରିଷ୍ଟଲ,୮।୬(ପି.ଟି.)- ସ୍ଥାନୀୟ କାଉଣ୍ଟି କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଚଳିତ ବିଶ୍ୱକପ୍‌ର ୧୧ତମ ମ୍ୟାଚ୍‌ ପ୍ରବଳ ବର୍ଷା ଯୋଗୁ ବାତିଲ ହୋଇଛି। ଏହି ମ୍ୟାଚ୍‌ରେ ପାକିସ୍ତାନ ଓ ଶ୍ରୀଲଙ୍କା ପରସ୍ପରକୁ ଭେଟିବାର କାର୍ଯ୍ୟକ୍ରମ ଥିଲା। ଅତ୍ୟଧିକ ବର୍ଷା କାରଣରୁ ଖେଳ ସମ୍ଭବ ହୋଇପାରି ନ ଥିଲା। ଫଳରେ ପାକିସ୍ତାନ ଓ ଶ୍ରୀଲଙ୍କା ଗୋଟିଏ ଲେଖାଏ ପଏଣ୍ଟ ଭାଗ କରିଛନ୍ତି। ଦୁଇ ଫିଲ୍ଡ ଅମ୍ପାୟର ନିଗେଲ ଲଙ୍ଗ୍‌ ଓ ଇଆନ ଗୋଲ୍ଡ ଏକାଧିକବାର ପଡିଆ ନୀରିକ୍ଷଣ କରିବା ପରେ ଅପରାହ୍ନ ୩ଟା ୪୬ରେ ମ୍ୟାଚକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଥିଲେ। ଅନ୍ତିମ ନୀରିକ୍ଷଣ ବେଳେ ମଧ୍ୟ ଆକାଶ ସମ୍ପୂର୍ଣ୍ଣ ମେଘୁଆ ଥିଲା। ସେତେବେଳେ ୨୦ ଓଭର ବିଶିଷ୍ଟ ମ୍ୟାଚ୍‌ ଖେଳାଯିବାକୁ ଚିନ୍ତା କରାଯାଉଥିଲା। ଫଳରେ ବିନା ଟସ୍‌ ଓ ବୋଲିଂରେ ମ୍ୟାଚ ଶେଷରେ ବାତିଲ ହୋଇଥିଲା। ଉଭୟ ପାକିସ୍ତାନ ଓ ଶ୍ରୀଲଙ୍କା ବିଶ୍ୱକପ୍‌ରେ ଏପର୍ଯ୍ୟନ୍ତ ଦୁଇଟି ଲେଖାଏ ମ୍ୟାଚ ଖେଳିଛନ୍ତି। ଉଭୟ ଦଳ ଗୋଟିଏ ବିଜୟ ଓ ଗୋଟିଏ ପରାଜୟ ବରଣ କରିଛନ୍ତି। ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନ ଓ୍ବେଷ୍ଟଇଣ୍ଡିଜଠାରୁ ୭ ଉଇକେଟରେ ପରାସ୍ତ ହୋଇଥିଲା। ଏହାପରେ ଦ୍ୱିତୀୟ ମ୍ୟାଚ୍‌ରେ ପାକିସ୍ତାନ ୧୪ ରନରେ ଇଂଲଣ୍ଡକୁ ହରାଇଥିଲା। ଅନ୍ୟପଟେ ଶ୍ରୀଲଙ୍କା ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡଠାରୁ ୧୦ ଉଇକେଟରେ ପରାସ୍ତ ହୋଇଥିବା ବେଳେ ଦ୍ୱିତୀୟ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ୩୪ ରନରେ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri