Posted inଖେଳ

ବର୍ଷା ଯୋଗୁ ମ୍ୟାଚ୍‌ ବାତିଲ: ପଏଣ୍ଟ ଭାଗ କଲେ ପାକିସ୍ତାନ, ଶ୍ରୀଲଙ୍କା

ବ୍ରିଷ୍ଟଲ,୮।୬(ପି.ଟି.)- ସ୍ଥାନୀୟ କାଉଣ୍ଟି କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଚଳିତ ବିଶ୍ୱକପ୍‌ର ୧୧ତମ ମ୍ୟାଚ୍‌ ପ୍ରବଳ ବର୍ଷା ଯୋଗୁ ବାତିଲ ହୋଇଛି। ଏହି ମ୍ୟାଚ୍‌ରେ ପାକିସ୍ତାନ ଓ ଶ୍ରୀଲଙ୍କା ପରସ୍ପରକୁ ଭେଟିବାର କାର୍ଯ୍ୟକ୍ରମ ଥିଲା। ଅତ୍ୟଧିକ ବର୍ଷା କାରଣରୁ ଖେଳ ସମ୍ଭବ ହୋଇପାରି ନ ଥିଲା। ଫଳରେ ପାକିସ୍ତାନ ଓ ଶ୍ରୀଲଙ୍କା ଗୋଟିଏ ଲେଖାଏ ପଏଣ୍ଟ ଭାଗ କରିଛନ୍ତି। ଦୁଇ ଫିଲ୍ଡ ଅମ୍ପାୟର ନିଗେଲ ଲଙ୍ଗ୍‌ ଓ ଇଆନ ଗୋଲ୍ଡ ଏକାଧିକବାର ପଡିଆ ନୀରିକ୍ଷଣ କରିବା ପରେ ଅପରାହ୍ନ ୩ଟା ୪୬ରେ ମ୍ୟାଚକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଥିଲେ। ଅନ୍ତିମ ନୀରିକ୍ଷଣ ବେଳେ ମଧ୍ୟ ଆକାଶ ସମ୍ପୂର୍ଣ୍ଣ ମେଘୁଆ ଥିଲା। ସେତେବେଳେ ୨୦ ଓଭର ବିଶିଷ୍ଟ ମ୍ୟାଚ୍‌ ଖେଳାଯିବାକୁ ଚିନ୍ତା କରାଯାଉଥିଲା। ଫଳରେ ବିନା ଟସ୍‌ ଓ ବୋଲିଂରେ ମ୍ୟାଚ ଶେଷରେ ବାତିଲ ହୋଇଥିଲା। ଉଭୟ ପାକିସ୍ତାନ ଓ ଶ୍ରୀଲଙ୍କା ବିଶ୍ୱକପ୍‌ରେ ଏପର୍ଯ୍ୟନ୍ତ ଦୁଇଟି ଲେଖାଏ ମ୍ୟାଚ ଖେଳିଛନ୍ତି। ଉଭୟ ଦଳ ଗୋଟିଏ ବିଜୟ ଓ ଗୋଟିଏ ପରାଜୟ ବରଣ କରିଛନ୍ତି। ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନ ଓ୍ବେଷ୍ଟଇଣ୍ଡିଜଠାରୁ ୭ ଉଇକେଟରେ ପରାସ୍ତ ହୋଇଥିଲା। ଏହାପରେ ଦ୍ୱିତୀୟ ମ୍ୟାଚ୍‌ରେ ପାକିସ୍ତାନ ୧୪ ରନରେ ଇଂଲଣ୍ଡକୁ ହରାଇଥିଲା। ଅନ୍ୟପଟେ ଶ୍ରୀଲଙ୍କା ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡଠାରୁ ୧୦ ଉଇକେଟରେ ପରାସ୍ତ ହୋଇଥିବା ବେଳେ ଦ୍ୱିତୀୟ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ୩୪ ରନରେ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri