ବର୍ଷେ ପରେ ବି ମୁଣ୍ଡରୁ ହଟିନି ପଲିଥିନ

ପୁରୀ ଅଫିସ,୩।୫: ଠିକ୍‌ ବର୍ଷକ ତଳେ ଛାତି ଥରାଇ ଦେଲାଭଳି ପବନ ଏବଂ ମୁଷଳ ବର୍ଷା ସବୁକିଛି ଉଜାଡ଼ି ଦେଇଥିଲା। ମୁଣ୍ଡଉପରୁ ଛପର ଉଡ଼ାଇ ନେବା ସହ ଅନେକ ପରିବାରକୁ ବେଘର କରିଥିଲା। କୌଣସି ପ୍ରକାରେ ଜୀବନ ବଞ୍ଚତ୍ଗଲା ସିନା ହେଲେ ମାଟିରେ ଲୋଟିଗଲା ହଜାର ହଜାର ଘର। ସେଥିମଧ୍ୟରୁ ଅନେକ ପରିବାର ପଲିଥିନରେ ଘର କରି ମୁଣ୍ଡ ଗୁଞ୍ଜିଥିଲେ। ଭାବିଥିଲେ କିଛିମାସ ପରେ ସ୍ଥିତି ସୁଧୁରିଯିବ। ଘରଭଙ୍ଗା ସହାୟତା ପାଇଲେ ପୁଣି ଘର ଠିଆ କରିବେ। ହେଲେ ଏଯାଏ ସେମାନଙ୍କ ସ୍ବପ୍ନ ପୂରଣ ହୋଇନି। ଅନେକ ବାତ୍ୟା ବିପନ୍ନ ଏବେ ବି ପଲିଥିନ ତଳେ ଜୀବନ କାଟୁଛନ୍ତି। ଏପରି କି ବହୁ ବିପନ୍ନଙ୍କ ପାଖରେ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ଘରଭଙ୍ଗା ସହାୟତା ଏଯାବତ୍‌ ପହଞ୍ଚତ୍ ନାହିଁ। ପ୍ରଶାସନିକ ଅଧିକାରୀଙ୍କୁ ପଚାରିଲେ ଏନେଇ ତଦନ୍ତ ଚାଲିଛି ବୋଲି ଉତ୍ତର ମିଳୁଛି। ଜିଲାର ପ୍ରାୟ ୧୧ଟି ଯାକ ବ୍ଲକ ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିଲା। ଜିଲାରେ ୨,୭୮,୭୬୨ଟି ବାସଗୃହ କ୍ଷତିଗ୍ରସ୍ତ ହୋଇଛି। ସେଥିମଧ୍ୟରୁ ୭୪ଟି ପକ୍କାଘର, ୮,୯୮୫ଟି କଚ୍ଚା ଘର ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଥିବାବେଳେ ୬,୧୨୭ଟି ପକ୍କାଘର ଏବଂ ୯୮,୫୮୮ କଚ୍ଚାଘର ଅତ୍ୟଧିକ କ୍ଷତିଗ୍ରସ୍ତ ହୋଇଛି। ସେହିପରି ୧,୧୩,୨୮୧ଟି ପକ୍କାଘର, ୪୯,୫୨୯ଟି କଚ୍ଚାଘର ଆଂଶିକ ଭାବେ କ୍ଷୟକ୍ଷତି ହୋଇଥିବା ବେଳେ ୨୧୭୮ଟି କୁଡ଼ିଆ ଏବଂ ୪୪,୩୭୮ଟି ଗୁହାଳ ନଷ୍ଟ ହୋଇଛି। ପକ୍କା କିମ୍ବା କଚ୍ଚାଘର ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲେ ୯୫,୧୦୦ ଟଙ୍କା, ପକ୍କା ଘର ଆଂଶିକ ଭାଙ୍ଗିଥିଲେ ୫,୨୦୦ ଏବଂ କଚା ଘର ଆଂଶିକ ଭାଙ୍ଗିଥିଲେ ୩,୨୦୦ ଟଙ୍କା ଲେଖାଏ ସରକାରୀ ସହାୟତା ପ୍ରଦାନର ବ୍ୟବସ୍ଥା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri