Posted inଖେଳ

ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବି କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ ଚିଠିରେ ୯୫ ବର୍ଷୀୟ ବଲ୍‌ବୀରଙ୍କୁ ତାଙ୍କ ସମୟର ଜଣେ ଚମତ୍କାର କ୍ରୀଡ଼ାବିତ୍‌ ଭାବେ ଅଭିହିତ କରିଛନ୍ତି। ‘ମୁଁ ଆପଣଙ୍କ ଧ୍ୟାନ ଆକର୍ଷଣ କରି ଅନୁରୋଧ କରୁଛି କି ବଲ୍‌ବୀର ସିଂ ସିନିୟରଙ୍କୁ ଭାରତ ରତ୍ନ ପ୍ରଦାନ କରାଯାଉ, ଯିଏ ସ୍ବାଧୀନ ଭାରତର ସବୁଠାରୁ ସମ୍ମାନସ୍ପଦ ଏବଂ ଚମତ୍କାର ଖେଳାଳି ରହିଥିଲେ’ ବୋଲି ଅମରିନ୍ଦର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ‘ଫିଲ୍ଡ ହକିରେ ଜଣେ ଚମତ୍କାର ଖେଳାଳି ରହିଥିବା ବଲ୍‌ବୀର ୧୯୪୮, ୧୯୫୨ ଓ ୧୯୫୬ ଅଲମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟ ରହିଥିଲେ। ହକିକୁ ଅବଦାନ ଲାଗି ପୂର୍ବରୁ ୧୯୫୭ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏବେ ଭାରତ ରତ୍ନ ପୁରସ୍କାର ପାଇଁ ବଲ୍‌ବୀର ସିଂ ସିନିୟରଙ୍କ ନାମକୁ ବିଚାରକୁ ନିଆଯାଉ’ ବୋଲି ଅମରିନ୍ଦର ଏହି ଚିଠିରେ ଲେଖିଛନ୍ତି। ଗୋଟିଏ ଅଲିମ୍ପିକ ଫାଇନାଲରେ ବ୍ୟକ୍ତିଗତ ଭାବେ ସର୍ବାଧିକ ଗୋଲସ୍କୋର କରିବାର ରେକର୍ଡ ବଲ୍‌ବୀରଙ୍କ ନାମରେ ଆଜି ବି ଲିପିବଦ୍ଧ ହୋଇରହିଛି। ୧୯୫୨ ଅଲିମ୍ପିକ ଫାଇନାଲରେ ସେ ନେଦରଲାଣ୍ଡ୍ସ ବିପକ୍ଷରେ ଏକାକୀ ୫ଟି ଗୋଲସ୍କୋର କରିଥିଲେ। ଏହି ମ୍ୟାଚ୍‌କୁ ଭାରତ ୬-୧ ଗୋଲରେ ଜିତି ଚାମ୍ପିୟନ ହୋଇଥିଲା। ସେହିଭଳି ୧୯୭୫ ବିଶ୍ୱ ବିଜୟୀ ଭାରତୀୟ ଦଳର ସେ ମ୍ୟାନେଜର ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri