Posted inଖେଳ

ବଲବୀର ସିଂଙ୍କ ପରଲୋକରେ ଦୁଃଖ ପ୍ରକାଶ କଲେ କୋହଲି

ଚଣ୍ଡୀଗଡ,୨୫।୫: କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କ ପରଲୋକରେ ଶୋକ ବ୍ୟକ୍ତ କରିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବଲବୀର ସିଂଙ୍କ ପରଲୋକ କଥା ଶୁଣି ଦୁଃଖିତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି ବୋଲି ଶୋକ ବାର୍ତ୍ତାରେ କୋହଲି କହିଛନ୍ତି। ସୂଚନାଯୋଗ୍ୟ, ସୋମବାର ସକାଳ ପ୍ରାୟ ୬ଟା ୧୭ ମିନିଟରେ ମୋହାଲିର ଫର୍ଟିସ ହସ୍ପିଟାଲରେ ସେ ଶେଷ ନିଶାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୬ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଗତ ୮ ତାରିଖରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବଲବୀର ଭାରତୀୟ ହକିର ଜଣେ କିମ୍ବଦନ୍ତୀ ଖେଳାଳି ଥିଲେ। ୧୯୪୮ ଅଲିମ୍ପିକ୍ସରେ ସେ ଭାରତୀୟ ଦଳ ପାଇଁ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେହିପରି ୧୯୫୨ ହେଲସିଙ୍କି ଏବଂ ୧୯୫୬ ମେଲବର୍ଣ୍ଣରେ ଅନୁଷ୍ଠିତ ଅଲିମ୍ପିକ୍ସରେ ମଧ୍ୟ ବଲବୀର ସାମିଲ ଥିଲେ। କ୍ୟାରିୟରେ ସେ ମୋଟ ୬ଟି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ହକି ଖେଳରୁ ଅବସର ପରେ ସେ ଭାରତୀୟ ହକି ଦଳର ମୁଖ୍ୟ ପ୍ରଶିକ୍ଷକ ଭାବେ ନିଯୁକ୍ତ ହୋଇଥିଲେ। ଏହି ସମୟରେ ଭାରତ ବିଶ୍ୱକପ୍‌ ଜିତିଥିଲା। ୧୯୫୭ରେ ତାଙ୍କ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri