ବଲାଙ୍ଗୀରରେ ଅର୍ଦ୍ଧ ଶତକ ଡେଇଁଲା ସଂକ୍ରମିତଙ୍କ ସଂଖ୍ୟା: ବୁଧବାର ନୂଆ ୧୬ ପଜିଟିଭ୍‌ ଚିହ୍ନଟ; ୫୨ ସକ୍ରିୟ, ୨ ସୁସ୍ଥ

ବଲାଙ୍ଗୀର ଅଫିସ, ୨୭ା୫- ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି । ବୁଧବାର ଗୋଟିଏ ଦିନରେ ୧୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଜିଲାର ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି । ବଲାଙ୍ଗୀର ମ୍ୟୁନିସିପାଲିଟିରେ ନୂଆ ୫ ସଂକ୍ରମିତ ଚିହ୍ନଟ ହେବା ପରେ କେବଳ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬କୁ ପହଞ୍ଚିଛି। ଏଭଳି ସ୍ଥିତିରେ ଉଭୟ ବଲାଙ୍ଗୀର ସହର ଓ ଜିଲାରେ କରୋନା ସଂକ୍ରମଣର ଭୟ ଓ ଆତଙ୍କ ବୃଦ୍ଧି ପାଇଛି। ବୁଧବାର ଜିଲାରେ ଚିହ୍ନଟ ୧୬ ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀର ସହରରେ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରେ ବଲାଙ୍ଗୀର ଖଦାଲପଡାରେ ୨, ମାଳପଡାରେ ୨ ଜଣ ଅଛନ୍ତି। ଏମାନେ କଲିକତାରୁ ପେରିଛନ୍ତି ଓ କଲେଜ ଛକରେ ଜଣେ ସଂକ୍ରମିତ ହାୱାଡାରୁ ଫେରିଥିବା ଜଣାପଡିଛି। ଏହା ସହିତ ପୁଇଁତଲା ବ୍ଳକ ଛତାପିପଲ ଗ୍ରାମପଞ୍ଚାୟତର ଜଣେ ଆନ୍ଧ୍ରପ୍ରଦେଶ ଫେରନ୍ତା, ମୁରିବାହାଲ ବ୍ଳକ ଲେବଡା ଗ୍ରାମପଞ୍ଚାୟତର ୩ ଜଣ ମୁମ୍ବାଇ, ଚେନ୍ନାଇ ଓ ଗୁଜରାଟ ଫେରନ୍ତା ଓ ତେତେଲଖୁଣ୍ଟିର ଜଣେ ମୁମ୍ବାଇ ଫେରନ୍ତା, ଖପ୍ରାଖୋଲ ବ୍ଳକ ତେଲେନପାଲିଜର ଜଣେ ମୁମ୍ବାଇ ଫେରନ୍ତା, ବଙ୍ଗୋମୁଣ୍ଡା ବ୍ଳକ ଜାମଖୁଣ୍ଟାର ଜଣେ ମୁମ୍ବାଇ ଫେରନ୍ତା, ଟିଟିଲାଗଡ ବ୍ଳକ କୁରସୁଡ, ସୁର୍ଡା, ସେଲୁଆଁ ଓ ବୁରୋବନ୍ଧର ଜଣେ ଲେଖାଏ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ୪ ଜଣ ମୁମ୍ବାଇରୁ ଫେରିଥିବା ଜଣାପଡିଛି । ବୁଧବାର ନୂଆ ୧୬ ଜଣ ସଂକ୍ରମିତଙ୍କ ତାଲିକା ଘୋଷଣା ପରେ ଜିଲାରେ କରୋନା ସଂକ୍ରମଣ ୫୪କୁ ବୃଦ୍ଧି ପାଇଥିବାରୁ ଜିଲାରେ ଭୟ ଓ ଆତଙ୍କ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri