ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା କରାଯାଇଛି। ମଙ୍ଗଳାବାର ରାତିରେ ତୁଳସୀନଗର ଏକ ଗଳି ରାସ୍ତାରୁ ଗୁରୁତର ଅବସ୍ଥାରେ ଟାଉନ ପୋଲିସ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପାରିବାରିକ କଳହରୁ ମାମୁଁ ଭଣଜା ମାଡ଼ପିଟ ହୋଇଥିବା ଚର୍ଚ୍ଚା ହେଉଛି । ହତ୍ୟାକୁ ନେଇ ପୋଲିସ କାହାକୁ ଗିରଫ କରିନାହିଁ । ଅନ୍ୟ ପଟେ ପୋଲିସ ଟିମ ପହଞ୍ଚି ତଦନ୍ତ ଚଳାଇଛି । ଯଦୁ ମଣି ବଗର୍ତ୍ତୀଙ୍କ ମୃତ୍ୟୁକୁ ନେଇ ଟାଉନ ପୋଲିସ ପକ୍ଷରୁ ତଦନ୍ତ କରାଯାଉଥିବା ଟାଉନ ଥାନା ଅଧିକାରୀ ଅବନୀ ସାହୁ କହିଛନ୍ତି । ଅନ୍ୟପଟେ ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri