ବଲାଙ୍ଗୀରରେ ୨୫୦୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ୍‌ ସେଣ୍ଟର

ବଲାଙ୍ଗୀର ଅଫିସ,୧୧ା୪: କରୋନା ମହାମାରୀର ସଫଳ ମୁକାବିଲା ପାଇଁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନଭିତ୍ତିିରେ ପ୍ରୟାସ ଆରମ୍ଭ ହୋଇଛି। ବଲାଙ୍ଗୀର ମ୍ୟୁନିସିପାଲିଟି ଅଞ୍ଚଳରେ ୨୫୦୦ଶଯ୍ୟାର କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲାଯିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ବଲାଙ୍ଗୀର ସହର, ସଦାଇପାଲି, ଦୁର୍ଗାପାଲିଠାରେ ୧୮ଟି ସ୍ଥାନରେ କ୍ୱାରାଣ୍ଟାଇନ୍‌ ସେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ଜିଲାପାଳ ଅରିନ୍ଦମ ଡାକୁଆ ଶନିବାର ଏହି କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକ ପରିଦର୍ଶନ କରି ସି୍ଥତି ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ ସହ ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ବିପିନ ଦୀପ ମଧ୍ୟ ଉପସ୍ଥିତ ଥିଲେ। ମିଳିଥିବା ସୂଚନା ଅନୁଯାୟୀ, ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲରେ ୮୦ ଶଯ୍ୟା, ନେତ୍ର ନିକେତନଠାରେ ୪୦, ଶାନ୍ତିପଡା କଲ୍ୟାଣ ମଣ୍ଡପଠାରେ ୩୦, କଲେଜ ଛକ କଲ୍ୟାଣ ମଣ୍ଡପଠାରେ ୧୧୦ , ଆଇଟିଆଇ ନ୍ୟୁ ହଷ୍ଟେଲଠାରେ ୧୧୭ ଏବଂ ପୁରୁଣା ହଷ୍ଟେଲଠାରେ ୯୦ଶଯ୍ୟା, ପଲିଟେକ୍‌ନିକ୍‌ ବାଳନ ହଷ୍ଟେଲଠାରେ ୧୩୮ ଏବଂ ବାଳିକା ହଷ୍ଟେଲଠାରେ ୧୩୮ ଶଯ୍ୟା, ସୁଦପଡା କଲ୍ୟାଣ ମଣ୍ଡପଠାରେ ୩୦, ପଲିଟେକ୍‌ କାଫେଟେରିଆରେ ୪୦, ସଦାଇପାଲି ପଲ୍ଲୀଶ୍ରୀ ହାଇସ୍କୁଲରେ ୫୦, ଦୁର୍ଗାପାଲି ସେଞ୍ଚୁରିଆନ୍‌ ଇଣ୍ଡଷ୍ଟ୍ରିଆଲ ଟ୍ରେନିଂ ସେଣ୍ଟରଠାରେ ୧୦୦ , ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନ୍ୟୁ ହଷ୍ଟେଲରେ ୯୦, ନୂଆ କୋଠାରେ ୧୬୦ ଏବଂ ପିଜି ହଷ୍ଟେଲରେ ୧୧୬, ସଦାଇପାଲି ସାଇଟ୍‌ ନର୍ସିଂ କଲେଜରେ ୫୦ ଓ ଗନ୍ଧମାର୍ଦ୍ଦନ ଆଇଟିଆଇଠାରେ ୭୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ୍‌ ସେଣ୍ଟର କାମ ଆରମ୍ଭ ହୋଇଯାଇଛି। ବିଭିନ୍ନ ସ୍ଥାନରେ ଶଯ୍ୟା ପକାଯାଉଥିବା ସହ ସେଠାରେ ଅନ୍ୟାନ୍ୟ ଆନୁସଙ୍ଗିକ୍‌ ବ୍ୟବସ୍ଥା ଉପଲବ୍ଧ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ୧୮ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ପାଇଁ ଜଣେ ଲେଖାଏ ସହାୟକ ଓ ସହକାରୀ ସହାୟକ ନିଯୁକ୍ତ କରାଯାଇଛି। ଏ ପର୍ଯ୍ୟନ୍ତ ବଲାଙ୍ଗୀର ସହରରେ ୧୫୦୦ ଶଯ୍ୟା ସୁବିଧା କରାଯାଇଥିବା ଜଣାପଡିଛି। ଶନିବାର ଜିଲାପାଳ ଡାକୁଆ ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି। ଲୀଳାମୟ ସାହୁ, ଭକ୍ତବନ୍ଧୁ ଦାଶ, ହସେନ୍‌ ଦିଗାଲ, ସୁଧାଂଶୁ ଶେଖର ପାଢ଼ୀ ଓ ଚିଣ୍ଟୁ କରନ୍‌ ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟର ତଦାରଖ କରିବାକୁ ଦାୟିତ୍ୱ ଅର୍ପଣ କରାଯାଇଥିବା ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ଦୀପ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri