ବଲାଙ୍ଗୀର: ଗୋଟିଏ ଦିନରେ ୭ କରୋନା ପଜିଟିଭ୍‌ ଚିହ୍ନଟ; ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୬ ଛୁଇଁଲା

ବଲାଙ୍ଗୀର ଅଫିସ, ୨୪ା୫- ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ୭ଟି କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲାର ପଜିଟିିଭ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଶନିବାର ରାତି ସୁଦ୍ଧା ଜିଲାରେ ୭ଟି ନୂଆ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଥିଲା । ଲୋଇସିଂହା ବ୍ଳକର ବୁଢ଼ୀପଦର, ବଙ୍ଗୋମୁଣ୍ଡା ବ୍ଳକର ସିନ୍ଧେକେଲା, ମୁରିବାହାଲ ବ୍ଳକ୍‌ର ପାତ୍ରପଡା ପଞ୍ଚାୟତରେ ଜଣେ ଲେଖାଏ ଓ ସଇଁତଲା ବ୍ଳକର ଶିଶକେଲାରେ ୨ଟି ଏବଂ ଆଗଲପୁର ବ୍ଳକ୍‌ ଇନ୍‌ସାରେ ୧ ଓ ଭରସୁଜାରେ ୧ ଏଭଳି ସମୁଦାୟ ୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ସମସ୍ତ ସଂକ୍ରମିତ ପ୍ରବାସୀ ଶ୍ରମିକ ଓ ବାହାର ରାଜ୍ୟରୁ ଆସିଛନ୍ତି ଓ ସେମାନେ ନିଜ ନିଜ କ୍ୱାରାଣ୍ଟାଇନ ସେଣ୍ଟର ଗୁଡିକରେ ରହିଥିଲେ ବୋଲି ସୂଚନା ଦିଆଯାଇଛି । ଶୁକ୍ରବାର ରାତି ସୁଦ୍ଧା ସଇଁତଲା ବ୍ଳକ୍ର ଟିକ୍ରପଡା ଗ୍ରାମପଞ୍ଚାୟତକୁ ଫେରିଥିବା ଜଣେ ପ୍ରବାସୀ ମହିଳା କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ପୂର୍ବରୁ ଗୁଡଭେଲା ବ୍ଳକ୍‌ର ଲିଖିରିଆରେ ୨ଜଣ, ବଲାଙ୍ଗୀର ସହର କ୍ୱାରାଣ୍ଟାଇନ ସେଣ୍ଟରରୁ ୨ ଓ ପୁଇଁତଲା ବ୍ଳକ ବନ୍ଧପଡା ଗ୍ରାମପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ୨ ଜଣ ଓ ତୁରେକେଲା ବ୍ଳକ ବଡବାଙ୍କି ଗ୍ରାମପଞ୍ଚାୟତ ମୁରିବାହାଲ କ୍ୱାରାଣ୍ଟାଇନ ସେଣ୍ଟରରେ ୨ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ । ଲିଖିରିଆର ୨ ଜଣ ସୁସ୍ଥ ହୋଇ ଫେରିଛନ୍ତି ଓ ଅନ୍ୟ ୧୪ ଜଣ ସକ୍ରିୟ ରହିଛନ୍ତି । ସମସ୍ତ ସକ୍ରିୟ ସଂକ୍ରମିତଙ୍କୁ ଭୁବନେଶ୍ୱର କୋଭିଡ ହସପିଟାଲକୁ ନିଆଯାଇ ଚିକିତ୍ସା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri