ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଇସୋଲେଶନ ସେଣ୍ଟର ପାଇଖାନା ନିର୍ମାଣରେ ଅନିୟମିତତା: ଅଭିଯୋଗ ଆଣିଲେ ଅଞ୍ଚଳବାସୀ

ଲୋଇସିଂହା ,୨୦।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଇସୋଲେଶନ ସେଣ୍ଟର ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏକ ପୁରୁଣା ଟାଙ୍କିକୁ ମରାମତି କରି ଅର୍ଥ ଆତ୍ମସାତ ପାଇଁ ଉଦ୍ୟମ ଚାଲିଥିବା ସ୍ଥାନୀୟ ଅଞ୍ଚଳବାସୀ ଆଭିଯୋଗ କରିଛନ୍ତି।
ସୂଚନାନୁଯାୟୀ, କରୋନା ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଉଛନ୍ତି। ପଞ୍ଚାୟତରେ କ୍ବାରାଣ୍ଟାଇନ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଇସୋଲେଶନ ସେଣ୍ଟର ନିର୍ମାଣ ପାଇଁ ଲକ୍ଷାଧିକ ଟଙ୍କା ଯୋଗାଇଛନ୍ତି ସରକାର। ରାଜ୍ୟ ତଥା ରାଜ୍ୟ ବାହାରୁ ଫେରନ୍ତା ଦାଦନ ଓ କରୋନା ଲକ୍ଷଣ ବ୍ୟକ୍ତି ବିଶେଷଙ୍କୁ ଉକ୍ତ ସେଣ୍ଟରରେ ସଙ୍ଗରୋଧ ରଖି ଚିକିତ୍ସା ଓ ଆନ୍ୟାନ୍ୟ ସୁବିଧା ଯୋଗାଇବା ଏହାର ମୂଳ ଲକ୍ଷ୍ୟ। ସେହିପରି ଲୋଇସିଂହା ଡାକ୍ତରଖାନାରେ ୭ ଶଯ୍ୟା ବିଶିଷ୍ଟ ଆଇସୋଲେଶନ ସେଣ୍ଟର ବ୍ୟବସ୍ଥା ହୋଇଛି। ସଭାଗୃହ ନିକଟସ୍ଥ କୋଠରୀରେ ଆଇସୋଲେଶନ ସେଣ୍ଟର କରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ର ପରିସର ଔଷଧ ଦୋକାନ ପଛପଟେ ଥିବା ପୁରୁଣା ପାଇଖାନା ଟାଙ୍କି ନିକଟରେ ପାଇଖାନା ନିର୍ମାଣ ହେଉଛି। ପୁରୁଣା ଟାଙ୍କିକୁ ପଲିସ ତଥା ମରାମତିକରି ଆନୁଦାନ ରାଶି ହଡ଼ପ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଉଦ୍ୟମ ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏହାକୁ ବିଭିନ୍ନ ମହଲରେ ତୀବ୍ର ସମାଲୋଚନା ମଧ୍ୟ କରାଯାଉଛି । ଏ ନେଇ ପିଏଚଓ ରମେଶ ସାହୁଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ବିପିଏମ୍‌ କହି ପାରିବେ ବୋଲି ସଫେଇ ଦେଇଥିଲେ। ତେବେ ମତାମତ ପାଇଁ ବିପିଏମଙ୍କ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିଲା । ଏ ଦିଗରେ ଜିଲାପାଳ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri