ବଲାଙ୍ଗୀର ଛୁଇଁଲା କରୋନା, ୨ ସଂକ୍ରମିତ ଚିହ୍ନଟ

ବଲାଙ୍ଗୀର ଅଫିସ,୧।୫- ବଲାଙ୍ଗୀର ଜିଲାକୁ କରୋନା ଛୁଇଁଛି। ଗୁଡଭେଲା ବ୍ଲକ୍‌ ରୁଷୁଡା ପଞ୍ଚାୟତ ଅନ୍ତର୍ଗତ ଲିଖିରିଆ ଗଁାର ଦୁଇଜଣ ଯୁବକଙ୍କ ସ୍ବାବ୍‌ ଟେଷ୍ଟ କରୋନା ପଜିଟିଭ ବାହାରିଛି। ସେହି ଦୁଇ ଯୁବକ ପ୍ରାୟ ଦେଢ଼ମାସ ତଳେ ତାମିଲନାଡୁରୁ ଫେରିଥିଲେ। ଏହି ଖବର ମିଳିବା ପରେ ଜିଲା ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଜିଲାପାଳ ଅରିନ୍ଦମ ଡାକୁଆ ତୁରନ୍ତ ଆନୁସଙ୍ଗିକ କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲିଖିରିଆ ଗଁାରେ ପହଞ୍ଚତ୍ଛି ରାପିଡ୍‌ ରେସ୍‌ପନ୍ସ ଟିମ୍‌। ସ୍ବାବ୍‌ ଟେଷ୍ଟ ପଜିଟିଭ ବାହାରିଥିବା ଦୁଇ ଯୁବକଙ୍କୁ ବଲାଙ୍ଗୀର କୋଭିଡ୍‌ ହସ୍‌ପିଟାଲକୁ ସ୍ଥାନାନ୍ତରଣ କରାଯିବା ବ୍ୟବସ୍ଥା ଆରମ୍ଭ ହୋଇଛି। ଏହା ସହିତ ସେହି ସଂକ୍ରମିତ ଯୁବକମାନେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ଓ ସେମାନଙ୍କ ଭ୍ରମଣ ଇତିହାସ (ଟ୍ରାଭେଲ ହିଷ୍ଟ୍ରି) ସମ୍ପର୍କରେ ସ୍ବାସ୍ଥ୍ୟ ଅଧିକାରୀମାନେ ଉଭୟ ସଂକ୍ରମିତଙ୍କଠାରୁ ପଚାରି ବୁଝୁଛନ୍ତି। ଜିଲାପାଳ ଅରିନ୍ଦମ ଡାକୁଆ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ କହିଛନ୍ତି ଯେ, ଗତ ମାର୍ଚ୍ଚ ୧୭ ତାରିଖରେ ଏହି ଦୁଇ ସଂକ୍ରମିତ ଯୁବକ ତାମିଲନାଡୁରୁ ଫେରିଥିଲେ। ଫେରିବା ପରେ ୧୪ ଦିନ ପାଇଁ ସେମାନେ କ୍ୱାରାଣ୍ଟାଇନ୍‌ରେ ଥିଲେ। ଏହାପରେ ଗତ ଏପ୍ରିଲ ୨୮ ତାରିଖ ଦିନ ସେହି ଦୁଇ ଯୁବକଙ୍କ ଠାରୁ ସ୍ବାବ୍‌ କଲେକସନ୍‌ ହୋଇ ପରୀକ୍ଷା ପାଇଁ ପଠାଯାଇଥିଲା। ଉଭୟ ଯୁବକ କରୋନା ପଜିଟିଭ ଜଣାପଡିବା ପରେ ବର୍ତ୍ତମାନ୍‌ ଗୁଡଭେଲା ବ୍ଳକ୍‌ ବିଡିଓ, ତହସିଲଦାର ଓ ଏସ୍‌ଡିପିଡଙ୍କୁ ଗଁା କନଟେନ୍‌ମେଣ୍ଟ କରିବା ଓ ସିଲିଂ ପଏଣ୍ଟ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଉଭୟ ସଂକ୍ରମିତ ଯୁବକଙ୍କ ସଂସ୍ପର୍ଶ ତାଲିକା ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ସଂସ୍ପର୍ଶ ତାଲିକା ପ୍ରସ୍ତୁତି କରାଯାଉଛି। ସେ ସମସ୍ତଙ୍କ ସ୍ବାବ୍‌ ଟେଷ୍ଟ କରାଯିବ ବୋଲି ଜିଲାପାଳ ଡାକୁଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri