ବଲାଙ୍ଗୀର ଜିଲା: ମେ ୧୦ରୁ ରବିଧାନ କିଣା

ବଲାଙ୍ଗୀର ଅଫିସ, ୨୭ା୪: ବଲାଙ୍ଗୀର ଜିଲାରେ ରବି ଧାନକ୍ରୟ ପ୍ରକ୍ରିୟା ଆସନ୍ତା ୧୦ତାରିଖଠାରୁ ଆରମ୍ଭ ହେବ। ଜିଲାସ୍ତରୀୟ ଧାନକ୍ରୟ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲାପାଳ ଅରିନ୍ଦମ ଡାକୁଆଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ତଥା ଟିଟିଲାଗଡ ବିଧାୟିକା ଟୁକୁନୀ ସାହୁ, ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗ, ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ, ବଲାଙ୍ଗୀର ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର, ଟିଟିଲାଗଡ ଉପଜିଲାପାଳ ସୁଧାକର ନାୟକ, ପାଟଣାଗଡ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ଜିଲା ଯୋଗାଣ ଅଧିକାରୀ ଅଭିରାମ ପ୍ରଧାନ, ଜିଲା କୃଷକ ମହାସଂଘ ସଭାପତି ଡା ସୁଧୀର କୁମାର ପରିଚ୍ଛା, ଯତୀ ପଧାନ, ଜିଲା ମୁଖ୍ୟ କୃଷି ଅଧିକାରୀ ବାଳକୃଷ୍ଣ ଗୌଡ, ଜିଲା ଉଦ୍ୟାନ କୃଷି ନିର୍ଦ୍ଦେଶକ, ଏଆରସିଏସ୍‌ଙ୍କ ସହ ଅନ୍ୟାନ୍ୟ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଜିଲାର ଚାଷୀମାନଙ୍କଠାରୁ କିଭଳି ସୁଚାରୁରୂପେ ରବି ଧାନକ୍ରୟ କରାଯାଇପାରିବ ଏନେଇ ସୁବ୍ୟବସ୍ଥା କରାଯିବାକୁ ଆଲୋଚନା ହୋଇଥିଲା। ଧାନକିଣା ସମୟରେ କୋଭିଡ-୧୯ ମାର୍ଗଦର୍ଶିକା ଅନୁପାଳନ, ମାସ୍କ, ସାନିଟାଇଜର ବ୍ୟବହାର, ସାମାଜିକ ଦୂରତ୍ୱ ପାଳନ କରାଯିବା ଉପରେ ଜିଲାପାଳ ଡାକୁଆ ସୂଚନା ଦେଇଥିଲେ। ଜିଲାରେ ୮୬ଟି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଓ ୭ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ଧାନକିଣା ଆରମ୍ଭ ହେବ। ଦୈନିକ ୩୦ଜଣ ଚାଷୀ ୩ଟି ପର୍ଯ୍ୟାୟରେ ସେମାନଙ୍କ ଧାନ ବିକ୍ରୟ କରିପାରିବେ। ସକାଳ ୭ଟାରୁ ୧୨ ମଧ୍ୟରେ ଦୈନିକ ୧ ହଜାର କୁଇଣ୍ଟାଲ ଧାନ କିଣା ହେବ। ଧାନକିଣା ସମୟରେ ପ୍ୟାକ୍ସ ଓ ଏସ୍‌ଏଚ୍‌ଜି ସେଣ୍ଟରରେ ହାତ ଧୋଇବା ପାଇଁ ସାବୁନ୍‌, ପାଣି, ସାନିଟାଇଜର, ମାସ୍କ ରହିବା ସହ ସମସ୍ତେ ଯେପରି ସାମାଜିକ ଦୂରତ୍ୱ ଅବଲମ୍ବନ କରିବେ ଏହା ସୁନିଶ୍ଚିତ କରାଯିବ। ଚଳିତ ରବିଧାନ ନିମନ୍ତେ ସାଧାରଣ ଏଫ୍‌ଏକ୍ୟୁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୧୮୧୫ ଟଙ୍କା ଓ ଏଫ୍‌ଏକ୍ୟୁ ଗ୍ରେଡ୍‌ ଏ ଧାନର ମୂଲ୍ୟ ୧୮୩୫ ଟଙ୍କା ଧାର୍ଯ୍ୟ କରାଯାଇଛି। ଜିଲାର ୫୯୩୧ ଜଣ ଚାଷୀ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରିଛନ୍ତି। ତେବେ କରୋନା ଲକ୍‌ଡାଉନ୍‌ ସକାଶେ କିଛି ଚାଷୀ ନିର୍ଦ୍ଧାରିତ ସମୟରେ ପଞ୍ଜୀକରଣ କରିପାରି ନ ଥିବା ଆଲୋଚନା ହୋଇ ପଞ୍ଜୀକରଣ ଅବଧିକୁ ବୃଦ୍ଧି ସକାଶେ ପ୍ରସ୍ତାବ ରଖିଥିଲେ। ଚାଷୀଙ୍କୁ ଯେଭଳି ଉଚିତ୍‌ ମୂଲ୍ୟ ମିଳିବ ଓ ସେମାନେ କୌଣସି ଲୋକଙ୍କ ଶୋଷଣର ଶିକାର ହେବେନାହିଁ ତାହା ସୁନିଶ୍ଚିତ କରିବାକୁ ଆଲୋଚନା ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri