ବଲାଙ୍ଗୀର ପୌରପାଳିକା ବୁଲା ଗୋରୁଙ୍କୁ ଖାଇବାକୁ ଦେଉନି

ବଲାଙ୍ଗୀର, ୨୦ା୪-ଲକ୍‌ଡାଉନ ଅବଧିକୁ ପ୍ରାୟ ମାସେ ପୂରିବାକୁ ବସିଲାଣି। ବଲାଙ୍ଗୀର ସହରରେ ବୁଲା ଗାଈଗୋରୁ ଭୋକିଲା ଅବସ୍ଥାରେ ବୁଲୁଛନ୍ତି। ରାଜ୍ୟ ସରକାର ବୁଲା ଗାଈଗୋରୁ, କୁକୁରଙ୍କୁ ଖାଦ୍ୟ ଯୋଗାଇବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ବଲାଙ୍ଗୀର ମ୍ୟୁନିସିପାଲଟିରେ ଏହାକୁ ପାଳନ କରାଯାଉନାହିଁ। ନାମକୁ ମାତ୍ର ଗାଈଗୋରୁଙ୍କୁ ଖାଉବାକୁ ଦିଆଯାଉଛି। କେବଳ ଫଟୋ ଉଠାଣରେ ବୁଲା ଗାଈଗୋରୁଙ୍କୁ ଖାଦ୍ୟ ଯୋଗାଣ ସୀମିତ ରହିଛି। ବିଭିନ୍ନ ପଡାରେ ଅନେକ ଗାଈଗୋରୁ ଭୋକିଲା ଅବସ୍ଥାରେ ପଡି ରହିଛନ୍ତି। ପିଇବାକୁ ପାଣି ପାଉନାହାନ୍ତି। କିଛି ଲୋକ ନିଜ ଉଦ୍ୟମରେ ବୁଲା ଗାଈଗୋରୁ ଓ କୁକୁରଙ୍କୁ ଖାଇବାକୁ ଯୋଗାଇଛନ୍ତି। ମାତ୍ର ସରକାରୀ ଭାବେ ଗାଈଗୋରୁଙ୍କୁ ଖାଇବାକୁ ଦିଆଯାଉଥିବା ଦେଖା ଯାଉନାହିଁ। ଫଳରେ ବୁଲା ଗାଈଗୋରୁଙ୍କ ଅବସ୍ଥା ସାଙ୍ଘାତିକ ହୋଇପଡିଲାଣି। ପ୍ରଚଣ୍ଡ ଖରାରେ ଗାଈଗୋରୁମାନେ ଭୋକିଲା ଅବସ୍ଥାରେ ପଡିରହିଥିବାରୁ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇପଡିଛି। ବାସ୍ତବରେ ମ୍ୟୁନିସିପାଲଟି ପକ୍ଷରୁ କେତେ ଗାଈଗୋରୁଙ୍କୁ ଖାଇବାକୁ ଦିଆଯାଉଛି ସେ ତଥ୍ୟ ଦିଆଯାଉନାହିଁ। ବିଭିନ୍ନ ପଡାରେ କିଛିଲୋକ କହିଛନ୍ତି ଯେ ମ୍ୟୁନିସିପାଲଟି ପକ୍ଷରୁ ଗାଈଗୋରୁଙ୍କୁ ଖାଇବାକୁ ଦିଆଯିବା ସେମାନେ ଦେଖିନାହାନ୍ତି। ଲୋକେ ହିଁ ବୁଲା ଗାଈଗୋରୁଙ୍କୁ ଖାଇବାକୁ ଦେଉଛନ୍ତି। ତେବେ ଏ ନେଇ ଜାଣିବାକୁ ମୁନିସିପାଲିଟିର ନିର୍ବାହୀ ଅଧିକାରୀ ବିପିନ ବିହାରୀ ଦୀପ୍‌ଙ୍କୁ ଫୋନ୍‌ ଯୋଗେ ଚେଷ୍ଟା କରିଥିଲେ ମଧ୍ୟ ସେ ରିସିଭ୍‌ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ କକ୍‌ପିଟ୍‌ ଆକ୍ରମଣ ମାମଲାରେ ଚାଞ୍ଚଲ୍ୟକର ଖୁଲାସା; ସତ ମାନିଲେ ଓମାନୀ ପାଇଲଟ, ଉଭୟ ଇଞ୍ଜିନ୍ ବନ୍ଦ କରି….

ନୂଆଦିଲ୍ଲୀ,୫ା୧୦:ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇର ଫ୍ଲାଇଟ୍‌ FZ1073ର କକ୍‌ପିଟ୍‌ ଆକ୍ରମଣ ମାମଲାରେ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ସେପ୍ଟେମ୍ବର ୩୦ରେ ଘଟିଥିବା ଏହି…

ଦଳ ଛାଡ଼ିଥିବା ନେତାଙ୍କୁ ମମତାଙ୍କ ଅଲ୍ଟିମେଟମ; ୧୫ ଦିନ ଭିତରେ ଫେରିଆସ, ନହେଲେ…..

କୋଲକାତା,୫ା୧୦: ବିଧାନସଭା ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ଉତ୍ତର ଦିନାଜପୁର ଜିଲା ଚୋପଡ଼ାରେ ମମତା ବାନାର୍ଜୀ ସମର୍ଥିତ ତୃଣମୂଳ କଂଗ୍ରେସ ନିଜର ସାଂଗଠନିକ ଶକ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

ଅଦୃଶ୍ୟ ପ୍ରାଚୀର

ତଳ ମହଲାରେ ଜଣେ। ଉପର ମହଲାରେ ଆଉ ଜଣେ ଭାଇ। ମାଆ ମରିଯିବା ପରେ ଗୋଟେ ଘର ଦି’ ଭାଗ ହୋଇଗଲା। ସାମାନ୍ୟ ସମ୍ପତ୍ତି ଭାଗବଣ୍ଟା ଲାଗି…

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?