ବଲାତ୍କାରୀ ଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୧ା୫-ଜଣେ ନାବାଳିକାଙ୍କୁ ବଳାତ୍କାର  ମାମଲାର ବିଚାର କରି ଡେଜିଗନେଟେଡ୍‌ ପୋକ୍‌ସୋ ଜଜ୍‌ ଦୀପକ କୁମାର ଅଭିଯୁକ୍ତ କାଳିଆ ଦାସଙ୍କୁ ଶୁକ୍ରବାର ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ଏଥିସହ ୨୦ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ହେଇଛି। ଜରିମାନା ନ ଦେଲେ ଅଧିକ ୧ ବର୍ଷ ଜେଲଦଣ୍ଡ ଭୋଗିବେ। ସେହିପରି ନ୍ୟାଶନାଲ୍‌ ଲିଗାଲ୍‌ ସର୍ଭିସ୍‌ ଅଥରିଟି ଅଫ୍‌ ଇଣ୍ଡିଆ (ଏନ୍‌ଏଏଲଏସ) ଗାଇଡ୍‌ ଲାଇନ ଅନୁସାରେ ପୀଡ଼ିତାଙ୍କୁ ଥଇଥାନ ପାଇଁ ୭ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଜିଲା ପ୍ରାଧିକରଣ ସଚିବ (ଡିଏଲଏସଓ)ଙ୍କୁ କୋର୍ଟ ତରଫରୁ ନିର୍ଦ୍ଦେଶ ଦିଆଯାଇଥିବା ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ସୂଚନା ଦେଇଛନ୍ତି ।  ୨୦୧୬ ଅଗଷ୍ଟ ୧୧ରେ ନାବାଳିକାଙ୍କୁ କାଳିଆ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ପୋଲିସ ନଂ.୧୧୯/୧୬ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ କାଳିଆ ଦାସଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଘଟଣା ପରେ ତଦନ୍ତକାରୀ ଅଧିକାରୀ ତଥା ତତ୍‌କାଳୀନ ପୁରୁଷୋତ୍ତମପୁର ଥାନା ଏସଆଇ ବିୟୁଟି ମହାନ୍ତି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲେ । ଅଭିଯୁକ୍ତ କାଳିଆ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ରହିଛନ୍ତି । ଶୁକ୍ରବାର ଏହି ମାମଲାର ବିଚାର ବେଳେ ୧୪ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିବାରୁ ଜଜ୍‌ ଦୀପକ କୁମାର ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି । ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ । ସୂଚନାଯୋଗ୍ୟ ପୀଡ଼ିତା ଏବେ ନିଜ ବାପା ମାଆଙ୍କ ପାଖରେ ରହୁଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?