ବଲିଉଡ୍‌ରେ ଡେବ୍ୟୁ କରିବାକୁ ଖୁବ୍‌ ଉତ୍ସାହିତ କିର୍ତ୍ତି

ମୁମ୍ବାଇ: ସାଉଥ୍‌ ଫିଲ୍ମ ଜଗତର ଜଣେ ଚର୍ଚ୍ଚିତ ଚେହେରା ହେଉଛନ୍ତି କିର୍ତ୍ତି ସୁରେଶ। ଏବେ ସେ ବଲିଉଡ୍‌ ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅଜୟ ଦେବଗନଙ୍କ ଫିଲ୍ମ ‘ମୈଦାନ’ରେ କିର୍ତ୍ତି ବଲିଉଡ୍‌ ଏଣ୍ଟ୍ରି ମାରିବେ। ନିକଟରେ ଏହାର ପୋଷ୍ଟର ରିଲିଜ୍‌ ହୋଇଥିବା ବେଳେ ଏହା ଜଣେ ଫୁଟବଲ କୋଚ୍‌ଙ୍କ ବାୟୋପିକ୍‌ ବୋଲି ଜଣାପଡିଛି। ଫୁଟବଲ କୋଚ୍‌ ସୈୟଦ ଅବଦୁଲ ରହିମଙ୍କ ଜୀବନ କାହାଣୀ ଉପରେ ଫିଲ୍ମଟି ନିର୍ମାଣ କରାଯାଉଛି। ଫୁଟବଲର ସ୍ବର୍ଣ୍ଣିମ ଯୁଗ ୧୯୫୨ରୁ ୧୯୬୨ ପର୍ଯ୍ୟନ୍ତର କାହାଣୀକୁ ଏଥିରେ ସ୍ଥାନିତ କରାଯାଇଛି। ଏଥିରେ କିର୍ତ୍ତି ସୁରେଶ, ସୈୟଦ ଅବଦୁଲ ରହିମଙ୍କ ସ୍ତ୍ରୀ ଭୂମିକାରେ ନଜର ଆସିବେ। ଏହାର ଫାଷ୍ଟ ଲୁକ୍‌କୁ କିର୍ତ୍ତି ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି। ଆଉ ଏହାସହ କ୍ୟାପଶନ ଲେଖିଛନ୍ତି, ମୈଦାନର ଶୁଟିଂ ପାଇଁ ମୁଁ ଆଉ ଅପେକ୍ଷା କରିପାରିବି ନାହିଁ, କାହିକିନାଁ ଏହି ଫିଲ୍ମ ପାଇଁ ସେ ବେଶ୍‌ ଉତ୍ସାହିତ ଅଛନ୍ତି। ସୂଚନା ଅନୁଯାୟୀ, ବେଶ୍‌ କିଛିଦିନ ହେବ ଏହି ଫିଲ୍ମ ନିର୍ମାଣ କରାଯିବ ବୋଲି ଶୁଣିବାକୁ ମିଳିଥିଲା। ହେଲେ ଏବେ ଏଥିପାଇଁ କଳାକାର ମିଳିଯାଇଥିବା ବେଳେ ଖୁବ୍‌ଶୀଘ୍ର ଏହାର ଶୁଟିଂ ଆରମ୍ଭ କରାଯିବ ବୋଲି ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri