Posted inଖେଳ

ବଲିଉଡ୍‌ ଗୀତରେ ନାଚିଲେ ଆମେରିକୀୟ ଟେନିସ ଷ୍ଟାର

ଓ୍ବାଶିଂଟନ,୨୨।୧୭- ଆମେରିକାନ ଟେନିସ ଖେଳାଳି ଆଲିସନ ରିସ୍କେ ସଭିଙ୍କୁ ଚକିତ କରିଦେଇଛନ୍ତି। ବିଶ୍ୱର ନଂ ମହିଳା ସିଙ୍ଗଲ୍ସ ଖେଳାଳି ଆଶଲେ ବାର୍ଟିଙ୍କୁ ଓ୍ବିମ୍ବେଲଡନ ଓପନରେ ହରାଇବା ପରେ ସେ ତାଙ୍କ ବନ୍ଧୁ ଷ୍ଟିଫେନ ଅମ୍ରିତରାଜଙ୍କୁ ବିବାହ କରିଛନ୍ତି। ଷ୍ଟିଫେନ ଭାରତକୁ ଟେନିସ ଖେଳାଳି ଭାବେ ପ୍ରତିନିଧିତ୍ୱ କରିସାରିଛନ୍ତି। ସେ ଦେଶର ପୂର୍ବତନ ଓ୍ବାଲର୍‌ଡ ଟୁର ଖେଳାଳି ଆନନ୍ଦ ଅମ୍ରିତରାଜଙ୍କ ପୁଅ। ଏହି ବିବାହ ପିଟ୍ସବର୍ଗଠାରେ ଅନୁଷ୍ଠିତ ହୋଇଥିଲା। ବିବାହ ପରେ ଆଲିସନ ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଉକ୍ତ ଭିଡିଓରେ ଆଲିସନ ତାଙ୍କ ଭଉଣୀ ସାରାଙ୍କ ସହ ଏକ ବଲିଉଡ ଗୀତ ‘ନଚଦେ ଶାରେ’ରେ ଡ୍ୟାନ୍ସ କରୁଛନ୍ତି। ଭାରତୀୟ ମହିଳା ଟେନିସ ଷ୍ଟାର ସାନିଆ ମିର୍ଜା ରିଟୁଇଟ୍‌ କରି ଉଭୟ ଆଲିସନ ଓ ଅମ୍ରିତରାଜଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିକଟରେ ଶେଷ ହୋଇଥିବା ଓ୍ବିମ୍ବେଲଡନ ଓପନରେ ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ ଆଲିସନ ସେମିଫାଇନାଲରେ ପ୍ରବେଶ କରିପାରି ନ ଥିଲେ। ତାଙ୍କୁ କ୍ୱାର୍ଟର ଫାଇନାଲରେ କିମ୍ବଦନ୍ତୀ ଆମେରିକୀୟ ଖେଳାଳି ସେରେନା ଓ୍ବିଲିୟମସ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri