ବଲିଉଡ୍‌ ଫିଲ୍ମରେ ହୋଲିର ଝଲକ୍‌

ମୁମ୍ବାଇ: ବିଗତ ଦିନରେ ବଲିଉଡର କିଛି ଫିଲ୍ମରେ ହୋଲିର ଝଲକ ଦେଖିବାକୁ ମିଳିଥିଲା। ହୋଲି ଗୀତ ସହିତ ଅଭିନେତ୍ରୀ, ଅଭିନେତାଙ୍କ ଡ୍ୟାନ୍ସ ଦର୍ଶକଙ୍କ ଦୃଶ୍ୟପଟରେ ଆଜି ବି ଅଭୁଲା।

ସିଲ୍‌ସିଲା:


ଏହି ଫିଲ୍ମର ହୋଲି ଗୀତରେ ଅମିତାଭ, ଜୟା ବଚ୍ଚନ ଏବଂ ରେଖା ବେଶ୍‌ ମତୁଆଲା ହୋଇଥିଲେ। ଗୀତଟି ଥିଲା ‘ହୋ ରଙ୍ଗ ବର୍‌ସେ ଭିଗେ ଚୁନ୍‌ରିବାଲି ରଙ୍ଗ ବର୍‌ସେ’। ଏହା ଖୁବ୍‌୍‌ ଲୋକପ୍ରିୟ ହୋଇଥିଲା। ହୋଲି ଆସିବା କ୍ଷଣି ସବୁଠି ଏହି ଗୀତ ବାଜିଥାଏ।

ଗୁଲାବ୍‌ ଗ୍ୟାଙ୍ଗ୍‌:

ଏହି ଫିଲ୍ମ ଗୀତ ‘ରଙ୍ଗ୍‌ ଦେ ହୋଲି’ରେ ଧକ୍‌ଧକ୍‌ ଗାର୍ଲ ମାଧୁରୀଙ୍କ ଡ୍ୟାନ୍ସ ଦର୍ଶକଙ୍କ ହୃଦୟକୁ ଛୁଇଁ ଯାଇଥିଲା।

ୟେ ଜଓ୍ବାନୀ, ହୈ ଦିଓ୍ବାନୀ:


ଏଥିରେ ଦୀପିକା ପାଦୁକୋନ୍‌ ଏବଂ ରଣବୀର କପୁର ଅଭିନୟ କରିଥିଲେ। ଗୀତ ‘ବଲମ୍‌ ପିଚ୍‌କାରୀ’ରେ ଦୀପିକା-ରଣବୀରଙ୍କ ହୋଲି ଖେଳ ବହୁ ମଜାଦାର ଥିଲା। ରଣବୀର ଦୀପିକାଙ୍କ ମୁହଁକୁ ପୂରା ଗୋଲାପି ରଙ୍ଗରେ ରଙ୍ଗାଇ ଦେଇଥିଲେ। ଏହି ଫିଲ୍ମରେ ହିଁ ଦୀପିକା – ରଣବୀରଙ୍କ ପ୍ରେମସମ୍ପର୍କ ଚାଲିଥିବା ସେତେବେଳେ ଚର୍ଚ୍ଚା ହୋଇଥିଲା।

ହମ୍‌ ଦିଲ୍‌ ଦେ ଚୁକେ ସନମ୍‌:


ଏହି ଫିଲ୍ମରେ ସଲମାନ୍‌ ଖାଁ ଏବଂ ନୀଳନୟନା ଐଶ୍ୱର୍ଯ୍ୟା ରାୟ ହୋଲି ଗୀତରେ ଧୁମ୍‌ ମଚାଇଥିଲେ। ‘ଢୋଲ୍‌ ତାର ବାଜେରେ ବାଜେରେ ଢମ୍‌ ଢମ୍‌ ବାଜେ ଢୋଲ୍‌’ ଗୀତଟି ବେଶ୍‌ ମନଛୁଆଁ ହୋଇଥିଲା।


ସେହିପରି ରାମଲୀଲା, ରଙ୍ଗିଲା, ଦିଲ୍‌ ସେ, ଦେବଦାସ ପରି ଫିଲ୍ମରେ ହୋଲି ଗୀତ ବେଶ୍‌ ଲୋକପ୍ରିୟ। ଆଜି ବି ଏସବୁ ଫିଲ୍ମର ହୋଲି ଗୀତ କେଉଁଠି ବାଜିଲେ ଶ୍ରୋତା କିଛି ସମୟ ପାଇଁ ଆନମନା ହୋଇଯା’ନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri