ବଲୋଦାରେ ପଞ୍ଚାୟତ ଗୃହ ନିର୍ମାଣ ଦାବି ତେଜିଲାପଞ୍ଚାୟତବାସୀ ଜିଲାପାଳ ଅଫିସ ଘେରିଲେ

ନୂଆପଡା ଅଫିସ,୧୦ା୬:ଓଡିଶା ହାଇକୋର୍ଟ ନୂଆପଡ଼ା ଜିଲା ଭୈଷାଁଟାଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ବଲୋଦାରେ ନିର୍ମାଣ କରିବାକୁ ଚୂଡାନ୍ତ ରାୟ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରିବା ଦାବିରେ ୫ରୁ ଊର୍ଦ୍ଧ୍ୱ ଗ୍ରାମବାସୀ ସୋମବାର ନୂଆପଡା ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଜିଲାପାଳଙ୍କ ଅନୁପସ୍ଥିତି ଯୋଗୁ ଅତିରିକ୍ତ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିବାବେଳେ ପରେ ବିଡିଓଙ୍କ କାର୍ଯ୍ୟାଳୟକୁ ଯାଇ ଘେରାଉ କରି ଦାବି ଜଣାଇଛନ୍ତି । ଏଭଳି ସ୍ଥିତିରେ ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେବେ ବୋଲି ବିଡିଓ ପ୍ରତିଶ୍ରୁତି ଦେଇଛନ୍ତି ।
ରାଜ୍ୟ ସରକାର ପଞ୍ଚାୟତିରାଜ ଶାସନ ବ୍ୟବସ୍ଥାକୁ ଲୋକଙ୍କ ଦ୍ୱାର ମୁହଁରେ ପଞ୍ଚାଇବାକୁ ଯାଇ ପଞ୍ଚାୟତ ସଂଖ୍ୟା ବୃଦ୍ଧି କରିଛନ୍ତି । ଏହି କ୍ରମରେ ଲୋକଙ୍କ ସୁବିଧାକୁ ଭିତ୍ତିକରି ବିଭିନ୍ନ ଜାଗାରେ ପଞ୍ଚୟତ ହେଡକ୍ୱାର୍ଟର ସବୁ ସ୍ଥାପନ ସକାଶେ ଘୋଷଣା କରିସାରିଛନ୍ତି । ହେଲେ ବିଭିନ୍ନ ଜାଗାରେ ପଞ୍ଚାୟତବାସୀଙ୍କ ମଧ୍ୟରେ ଟଣାଓଟରା ଚାଲିଥିବାବେଳେ ପ୍ରଶାସନ ଠୋସ ପଦକ୍ଷେପ ନେଇପାରୁନାହିଁ । ଫଳରେ ଜିଲାର ୪/୫ଟି ଗ୍ରାମପଞ୍ଚାୟତରେ ଏସବୁ ବ୍ୟବସ୍ଥା ଝୁଲା ହୋଇ ରହିଯାଉଛି। ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହେଉଛି । ଏଭଳି ଏକ ଉଦାହରଣ ହୋଇଛି ସଦର ବ୍ଲକ ଭଇଁଷାଟାଲ ଗ୍ରାମପଞ୍ଚାୟତ। ସରକାର ଏହାକୁ ଗ୍ରାମପଞ୍ଚାୟତର ମାନ୍ୟତା ଦେଇଥିବାବେଳେ ବଲୋଦାରେ କାର୍ଯ୍ୟାଳୟ ସ୍ଥାପନ କରିବାକୁ ଘୋଷଣା କରି ସେଠାରେ ଭିତିଭୂମି ବିକାଶ ସକାଶେ ଅନୁଦାନ ମଞ୍ଜୁରୀ କରିଥିଲେ। ହେଲେ ଠିକ ସମୟରେ ଭୈଷାଁଟାଲ ବାସିନ୍ଦା ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ଏହା ପରେ ନିର୍ମାଣ ହେବାକୁ ଥିବା ପଞ୍ଚାୟତ ଗୃହ କାର୍ଯ୍ୟ ବନ୍ଦ ହୋଇପଡିଥିଲା। ନିର୍ବାଚନ ପୂର୍ବରୁ ଭୈଷାଁଟାଲବାସିଙ୍କ ମାମଲାକୁ ହାଇକୋର୍ଟ ଖାରଜ କରି ପୂର୍ବବତ ବଲୋଦାରେ ପଞ୍ଚାୟତ ଗୃହ ନିର୍ମାଣ ସକାଶେ ନିର୍ଦ୍ଦେଶ କରିଥିଲେ। ହେଲେ ନିର୍ବାଚନ ଆଚରଣବିଧି ଲାଗୁ ହୋଇଥିବା ଯୋଗୁ ତାହା କାର୍ଯ୍ୟକାରୀ ହୋଇ ନ ଥିଲା। ହେଲେ ବର୍ତ୍ତମାନ ଦିନ ଗଡିଯାଉଛି ସିନା ପ୍ରଶାସନ ଏହା ଉପରେ ପଦକ୍ଷେପ ନେଉ ନ ଥିବାରୁ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପୁଞ୍ଜିଭୂତ ହେଉଛି। ସୋମବାର ପୂର୍ବତନ ପରକୋଡ ସରପଞ୍ଚ ପ୍ରେମ କୁମାର ନାଏକ, ଜିଲା ଓକିଲ ସଂଘ ସଭାପତି ପ୍ରସନ୍ନ କୁମାର ପାଢୀ, ଚତୁର୍ଭୁଜ ଶର୍ମାଙ୍କ ନେତୃତ୍ୱରେ ଶତାଧିକ ଗ୍ରାମବାସୀ ନୂଆପଡା ଜିଲାପାଳଙ୍କ ଅଫିସରେ ପହଞ୍ଚତ୍ଥିଲେ। ଜିଲାପାଳଙ୍କ ଅନୁପସ୍ଥିତିକ୍ରମେ ଅତିରିକ୍ତ ଜିଲାପାଳ ସୀତାରାମ ପଟେଲଙ୍କୁ ଭେଟି ଜଣାଇଥିଲେ। ଏହା ପରେ ନୂଆପଡା ବିଡିଓ ସୁନୀଲ କୁମାର କେର୍କେଟାଙ୍କୁ ଭେଟି ଦାବି ଜଣାଇଥିଲେ । ବିଡିଓ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଯିବ। ସପ୍ତାହେ ସମୟ ଦେବାକୁ କହିଥିଲେ। ଏହାକୁ ତୁରନ୍ତ କାର୍ଯ୍ୟକାରୀ ନ କଲେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପଦକ୍ଷେପ ନିଆଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଗ୍ରାମବାସୀଙ୍କ ମଧ୍ୟରେ ଚନ୍ଦୁ ନାଏକ, ମେଳୁ ନାଏକ, ଜୀବନଲାଲ ସାହୁ, ଡକ୍ଟର ମାଝି, ସୀତାରାମ ମାଝି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri