ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ପାଲଲହଡ଼ା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିବା ଅଭିଯୋଗରେ ବରାହକୁଦର ଗ୍ରାମର ଚିତ୍ତରଞ୍ଜନ ମହନ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ପୋଲିସ ସୂଚନା ମୁତାବକ, ଚିତ୍ତରଞ୍ଜନ ୩ ମାସ ହେଲା ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିବା ସହ ବିବାହ କରିବାକୁ ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ ଯୁବତୀ ଜଣକ ବିବାହ ପାଇଁ କହିବାରୁ ଚିତ୍ତରଞ୍ଜନ ଆଉ ଧରାଛୁଆଁ ଦେଇ ନ ଥିଲେ। ଏ ନେଇ ଯୁବତୀ ଜଣକ ପାଲଲହଡ଼ା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୨୯/୨୦ରେ ମାମଲା ରୁଜୁ କରି ଚିତ୍ତରଞ୍ଜନଙ୍କୁ ଗିରଫ କରିଥିଲା। ଉଭୟଙ୍କ ଡାକ୍ତରୀମାଇନା ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ ସୂଚନା ଦେଇଛନ୍ତି I