ବଳାତ୍କାର ଘଟଣା : ୮ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୧୦ : ନିଆଳି ଥାନା ଅଞ୍ଚଳରେ ଗତ ଅଗଷ୍ଟ ୮ରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଦିପୁନା ଭୋଇଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ଜୟନ୍ତ କୁମାର ଦାସ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଏକ ମାମଲା ରୁଜୁ କରିଥିଲେ। ଏହି ଘଟଣାର ତଦନ୍ତ କରି ୮ ସପ୍ତାହ ମଧ୍ୟରେ ଚାର୍ଜଶିଟ ଦାଖଲ କରିବାକୁ ଏନ୍‌ଏଚ୍‌ଆର୍‌ସି ଡିଜି, ଏସ୍‌ପି ଏବଂ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଓଡ଼ିଶା ଭିକ୍ଟିମ କମ୍ପେନ୍‌ସେସନ ସ୍କିମ୍‌-୨୦୧୮ ଅନୁଯାୟୀ ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ମାନବାଧିକାର କର୍ମୀ ଦାସ ଦାବି କରିଛନ୍ତି। ଆଇନ ଅନୁଯାୟୀ ବଳାତ୍କାର ପୀଡ଼ିତାଙ୍କ ଚାର୍ଜଶିଟ୍‌ ୨ ମାସ ଭିତରେ ଦାଖଲ କରିବା ନିୟମ ରହିଛି। କିନ୍ତୁ ପୋଲିସ ଜାଣିଶୁଣି ଏହାକୁ ଚାପି ରଖୁଛି। ନାବାଳିକାଙ୍କୁ ବଳାତ୍କାର ଘଟଣାରେ ୪ଲକ୍ଷରୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବା ନିୟମ ରହିଛି। କିନ୍ତୁ ପୀଡ଼ିତା ଏହି କ୍ଷତିପୂରଣ ପାଇବାରୁ ବଞ୍ଚତ୍ତ ରହୁଛି ଏବଂ କୋର୍ଟ କଚେରି ମାମଲା ସମୟରେ ଆର୍ଥିକ ଯନ୍ତ୍ରଣାରେ ପୀଡ଼ିତ ହୋଇ ମାନସିକ ଭାରସାମ୍ୟ ହରାଇବାର ଦୃଷ୍ଟାନ୍ତ ରହିଛି। ଏଣୁ ପୀଡ଼ିତାଙ୍କୁ ନ୍ୟାୟ ଦେବା ସହ କ୍ଷତିପୂରଣ ବାବଦରେ ୭ ଲକ୍ଷ ଟଙ୍କା ଦେବାକୁ ମାନବାଧିକାର କର୍ମୀ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ଦାବି କରିଛନ୍ତି।
ସୂଚନାଯୋଗ୍ୟ, ଗତ ଅଗଷ୍ଟ ୭ ତାରିଖ ସନ୍ଧ୍ୟାରେ ନାବାଳିକା ଜଣକ ଏକୁଟିଆ ଘରେ ଥିବାବେଳେ ଦିପୁନା ତାଙ୍କୁ ପ୍ରଲୋଭନ ଦେଖାଇ ଛାତ ଉପରକୁ ଡାକି ନେଇ ବଳାତ୍କାର କରିଥିଲେ। ଏ ନେଇ ନାବାଳିକାଙ୍କ ମା’ଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା(ନଂ. ୧୭୮/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ନିମନ୍ତେ ମାନବାଧିକାର କର୍ମୀ ଦାସ ଏନ୍‌ଏଚ୍‌ଆରସିଙ୍କ ନିକଟରେ ମାମଲା ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri