ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା

ବାରିପଦା ଅଫିସ/ ରାଇରଙ୍ଗପୁର,୪ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ପୋଲିସର ଅବହେଳା କାରଣରୁ ବଳାତ୍କାର ପୀଡ଼ିତା ଜଣେ ଅଧ୍ୟାପିକା ନ୍ୟାୟ ନ ପାଇ ଜୀବନ ହାରିବା ଘଟଣା ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାକୁ ଗୁରୁତର ଭାବେ ନେଇ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଡ.ମିନତୀ ବେହେରା ମଙ୍ଗଳବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିଲେ। ସେ ବାରିପଦାରେ ପହଞ୍ଚି ପ୍ରଥମେ ଜିଲା ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସଙ୍କ ସହିତ ଆଲୋଚନା କରିଥିଲେ। ପରେ ପୀଡିତାଙ୍କ ଗ୍ରାମକୁ ଯାଇ ତାଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କରିବା ସହିତ ସମବେଦନା ଜଣାଇଥିଲେ। ଅଭିଯୁକ୍ତମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି ପୀଡିତା ଆତ୍ମହତ୍ୟା କରିଥିବା ରାଇରଙ୍ଗପୁର କଲେଜର ହଷ୍ଟେଲ ପରିଦର୍ଶନ କରିବା ସହିତ ସେଠାକାର କର୍ମଚାରୀ ଓ କଲେଜର ଛାତ୍ରୀଛାତ୍ରଙ୍କ ସହିତ ଆଲୋଚନା କରି ଫେରିଯାଇଛନ୍ତି। ସମସ୍ତ ଘଟଣାର ସମୀକ୍ଷା ପରେ ରାଜ୍ୟ ସରକାରଙ୍କୁ ସେ ଏକ ରିପୋର୍ଟ ପ୍ରଦାନ କରିବେ ବୋଲି କହିଛନ୍ତି। ତାଙ୍କ ସହିତ ଆଡିଶନାଲ ଏସ୍‌ପି ବିଜୟା ବାରୱା ଓ ନିର୍ବାହୀ ଅଧିକାରୀ ଅରବିନ୍ଦ ପଟ୍ଟନାୟକ ପ୍ରମୁଖ ସାମିଲ ଥିଲେ।
ଉଲ୍ଲେଖଯୋଗ୍ୟ ଯେ, ଝାରପୋଖରିଆ ଥାନା ଅଞ୍ଚଳର ଜଣେ ଅଧ୍ୟାପିକା ରାଇରଙ୍ଗପୁର କଲେଜରେ ଅଧ୍ୟାପନା କରୁଥିଲେ। ସେ ଗତ ଅକ୍ଟୋବର ୨୬ ତାରିଖରେ କେନ୍ଦୁଝରସ୍ଥିତ ତାଙ୍କର ଜଣେ ସମ୍ପର୍କୀୟା ଭାଉଜଙ୍କ ଘରକୁ ଯାଇଥିଲେ। ସେହି ଦିନ ରାତିରେ ତାଙ୍କ ସମ୍ପର୍କୀୟା ଭାଉଜଙ୍କ ଭାଇ ଶ୍ୟାମରଞ୍ଜନ ସାହୁ ତାଙ୍କୁ ବଳାତ୍କାର କରିଥିଲେ। ଅଧ୍ୟାପିକା ଜଣକ ଘରକୁ ଫେରି ସବୁ କଥା ଜଣାଇବା ସହିତ ସେହି ମାସ ୩୦ ତାରିଖରେ ଝାରପୋଖରିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା (ନଂ.୧୨୫/୧୯) ରୁଜୁ କରିଥିଲା। ହେଲେ ଅଭିଯୁକ୍ତଙ୍କୁ ଗିରଫ କରି ନ ଥିଲା। ମାମଲା ପ୍ରତ୍ୟାହାର କରିନେବାକୁ ଅଭିଯୁକ୍ତ ସାହୁ ବିଭିନ୍ନ ସମୟରେ ଅଧ୍ୟାପିକାଙ୍କୁ ଧମକ ଚମକ ଦେଇ ଆସୁଥିଲେ। ଫଳରେ ଅଧ୍ୟାପିକା ମାନସିକ ଚାପରେ ରହୁଥିଲେ। ଗତ ଶନିବାର ରାତି ପ୍ରାୟ ୮ ଟା ବେଳେ ସେ ଅଧ୍ୟାପନା କରୁଥିବା କଲେଜର ହଷ୍ଟେଲ କୋଠରିରୁ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ରାଇରଙ୍ଗପୁର ଟାଉନ ଥାନାରେ ଏକ ହତ୍ୟା ମାମଲା ରୁଜୁ କରାଯାଇ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ପୋଲିସ ଗିରଫ କରିଥିଲା। ସେହିପରି ଏସ୍‌ପି ପୁରୁଷୋତ୍ତମଦାସ ଏହି ମାମଲାର ତଦନ୍ତକାରୀ ଅଧିକାରୀ ପ୍ରଶାନ୍ତ କୁମାର ସ୍ବାଇଁଙ୍କୁ ରବିବାର ନିଲମ୍ବିତ କରିଥିଲେ। ଥାନା ଅଧିକାରୀ ଶରତ କୁମାର ମହାଲିକଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କରି ଅଣାଯାଇଥିଲା। ସୋମବାର କାର୍ଯ୍ୟରେ ଅବହେଳା ଦର୍ଶାଇ ମହାଲିକଙ୍କୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri