Posted inଜାତୀୟ

ବଳାତ୍କାର ମାମଲାରେ ଫସିଲେ ଆଉ ଜଣେ ଭାଜପା ବିଧାୟକ

ଲକ୍ଷ୍ନୌ,୧୯।୨: ଉତ୍ତରପ୍ରଦେଶରେ କ୍ଷମତାସିନ ଭାଜପାକୁ ପୁଣି ଆଉ ଏକ ଝଟ୍‌କା ଲାଗିଛି। ପୂର୍ବରୁ ଉନ୍ନାଓ ଗଣବଳାତ୍କାର ମାମଲାରେ ଭାଜପା ବିଧାୟକ କୁଲଦୀପ ସିଂହ ସେଙ୍ଗାର ଛନ୍ଦି ହୋଇଥିବା ବେଳେ ଏବେ ପୁଣି ଆଉ ଏକ ମାମଲା ଆସିଛି। ଭଦୋହି ଜିଲାର ଜ୍ଞାନପୁରରୁ ଭାଜପା ବିଧାୟକ ରବିନ୍ଦ୍ରନାଥ ତ୍ରିପାଠୀଙ୍କ ବିରୋଧରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ବୁଧବାର କୋତଓ୍ବାଲି ଥାନାରେ ବିଧାୟକଙ୍କ ସମେତ ୬ଜଣଙ୍କ ବିରୋଧରେ ଏତଲା ରୁଜୁ କରାଯାଇଛି। ଏଥିସହ ବିଧାୟକଙ୍କ ପୁଅ ଓ ପୁତୁରାଙ୍କ ଉପରେ ମଧ୍ୟ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏଥିସହ ତାଙ୍କ ବିରୋଧରେ ଏତଲା ମଧ୍ୟ ରୁଜୁ କରାଯାଇଛି। ଏହାପରେ ପୋଲିସ ଉକ୍ତ ମାମଲାର ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ ୨୦୧୭ରେ ବିଧାନସଭା ନିର୍ବାଚନ ସମୟରେ ବିଧାୟକ ଉକ୍ତ ମହିଳାଙ୍କୁ ଭହୋହିର ଏକ ହୋଟେଲରେ ବଳାତ୍କାର କରିଥିଲେ। ଏହାପରେ ତାଙ୍କ ପୁତୁରା ଓ ପୁଅ ମଧ୍ୟ ତାଙ୍କୁ ବଳାତ୍କାର କରିଥିଲେ ବୋଲି ପୀଡ଼ିତା ଜଣଙ୍କ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri