ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୧୨- ଗଞ୍ଜାମ ଜିଲା ସ୍ବତନ୍ତ୍ର ପୋକ୍‌ସୋ ଜଜ ତଥା ଅତିରିକ୍ତ ଦୌରା ଜଜ (ଏଡିଜେ)-୨ ଜଗଦୀଶ ପ୍ରସାଦ ମହାନ୍ତି ମଙ୍ଗଳବାର ଏକ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ ମିଳିବାରୁ ଅଭିଯୁକ୍ତ ବିଭୀଷଣ ଦାସଙ୍କୁ ୫ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ୭ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଦଣ୍ଡରେ ଦଣ୍ଡିତ ହେବେ ବୋଲି ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୀଡିତାଙ୍କୁ ୨ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ କରିଛନ୍ତି। ଜଣେ ନାବାଳିକାଙ୍କୁ ବିଭୀଷଣ ୨୦୧୪ରେ ବଳାତ୍କାର କରିଥିବା ନେଇ ପୀଡ଼ିତାଙ୍କ ପରିବାର ଲୋକେ ସଦର ଥାନାରେ ଅଭିଯୋଗ କରିଥିଲେ। ପରେ ପୋଲିସ ବିଭୀଷଣଙ୍କୁ ମାମଲା ନମ୍ବର ୨୧୬/୧୪ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ସଦର ଥାନା ଅଧିକାରୀ ଆଦିତ୍ୟ କୁମାର ସେଠୀ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ମଙ୍ଗଳବାର ମାମଲାର ବିଚାର ବେଳେ ଅଭିଯୁକ୍ତ ବିଭୀଷଣଙ୍କୁ ପୋଲିସ କୋର୍ଟରେ ହାଜର କରିଥିଲା। ୧୫ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ପୋକ୍‌ସୋ ଜଜ ଅଭିଯୁକ୍ତଙ୍କୁ ଜେଲ ଦଣ୍ଡର ରାୟ ଦେଇଛନ୍ତି। ପରେ ଅଭିଯୁକ୍ତ ବିଭୀଷଣଙ୍କୁ ପୁଣି ଥରେ ବିଚାର ବିଭାଗ ହାଜତକୁ ପଠାଇ ଦିଆଯାଇଛି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପୋକ୍‌ସୋ ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri