ବଳାତ୍କାର, ହତ୍ୟା ମାମଲାରେ ଦୋଷୀଙ୍କୁ ଫାଶୀ: ତତ୍କାଳୀନ ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୧୨।୯: ଏରସମା ଥାନା ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ଓରଫ ଲବ ମାନାଙ୍କୁ ଜଗତ୍‌ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ ମଙ୍ଗଳବାର ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲାର ତଦନ୍ତ ଭାର ତତ୍କାଳୀନ ଏରସମା ଥାନା ଅଧିକାରୀ ବିଚିତ୍ରାନନ୍ଦ ସେଠୀ ଗ୍ରହଣ କରିଥିଲେ। ଘଟଣା ଘଟିବାର ୪୮ ଘଣ୍ଟା ମଧ୍ୟରେ ସେଠୀ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୬୦ ଦିନ ଭିତରେ ଚାର୍ଜସିଟ ଦାଖଲ କରିଥିଲେ। ତାଙ୍କର ନିରପେକ୍ଷ ଓ ଉଚ୍ଚକୋଟିର ତଦନ୍ତ ପାଇଁ ତାଙ୍କୁ ସମ୍ମାନିତ କରାଯାଇଛି। ଏଥିସହିତ ସ୍ବତନ୍ତ୍ର ପୋକ୍ସୋ ସରକାରୀ ଓକିଲ ଶିବ ପ୍ରସାଦ ମାଝୀଙ୍କ କାର୍ଯ୍ୟଦକ୍ଷତା ଓ ଉଚ୍ଚକୋଟିର ମାମଲା ପରିଚାଳନା ପାଇଁ ତାଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। ବୁଧବାର କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ଡିଜିପି ବିଜୟ କୁମାର ଶର୍ମା ଉଭୟଙ୍କୁ ୫ହଜାର ଲେଖାଏଁ ଅର୍ଥରାଶି ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ସୂଚନାଯୋଗ୍ୟ, ସେଠୀ ଏବେ ଯାଜପୁର ଜିଲା ସୁକିନ୍ଦା ଥାନାରେ ଆଇଆଇସି ଭାବେ କାର୍ଯ୍ୟରତ ଅଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ନାବାଳିକା ଜଣକ ଗଁ। ସ୍କୁଲରେ ଚତୁର୍ଥ ଶ୍ରେଣୀରେ ପଢୁଥିଲେ। ୨୦୧୮ ମାର୍ଚ୍ଚ ୨୦ରେ ସ୍କୁଲରେ ପରୀକ୍ଷା ଦେଇ ସାରିବା ପରେ ଘରକୁ ଫେରି ସାଙ୍ଗମାନଙ୍କ ସହ ଖେଳୁଥିଲେ। ଅପରାହ୍ନ ୩ଟାରେ ଲବ ନାବାଳିକାଙ୍କୁ ଅନ୍ୟତ୍ର ନେଇ ବଳାତ୍କାର କରିବା ପରେ ହତ୍ୟା କରିଥିଲେ। ସାରା ଓଡିଶା ପାଇଁ ଏହା ଏକ ଲଜ୍ଜାଜନକ ଘଟଣା ହୋଇଥିଲା। ଏ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ସହ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ ଦେବା ନେଇ ସ୍ବର ଉଠିଥିଲା।
କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି ସନ୍ତୋଷ କୁମାର ଉପାଧ୍ୟାୟଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଡିଜିପି ଶର୍ମା କହିଛନ୍ତି, ପରିବର୍ତ୍ତିତ ଆଇନ ଅନୁଯାୟୀ ନାବାଳିକାଙ୍କୁ ବଳାତ୍କାର କରୁଥିବା ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିବା ସହଜ ହୋଇଛି। ଏହା ଦ୍ୱାରା ସମାଜକୁ ଏକ ଦୃଢ ବାର୍ତ୍ତା ଯାଉଛି। ଏପରି ଘୃଣ୍ୟ ଓ ଅମାନବୀୟ କାର୍ଯ୍ୟ ପାଇଁ କ୍ଷମା ନାହିଁ। ଏହି କାର୍ଯ୍ୟକ୍ରମରେ କ୍ରାଇମବ୍ରାଞ୍ଚ ଡିଆଇଜି ଅମିତେନ୍ଦ୍ର ନାଥ ସିହ୍ନା, କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ, ଜଗତ୍‌ସିଂହପୁର ଏସ୍‌ପି ଆର୍‌. ପ୍ରକାଶ, କ୍ରାଇମବ୍ରାଞ୍ଚ ଏସ୍‌ପି ସୁଧାଂଶୁ ଶେଖର ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri