ବଳାତ୍କାର, ହତ୍ୟା ମାମଲାରେ ଦୋଷୀଙ୍କୁ ଫାଶୀ: ତତ୍କାଳୀନ ଆଇଆଇସି, ସରକାରୀ ଓକିଲ ସମ୍ବର୍ଦ୍ଧିତ

କଟକ ଅଫିସ, ୧୨।୯: ଏରସମା ଥାନା ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅଭିଯୁକ୍ତ କାଳିଆ ଓରଫ ଲବ ମାନାଙ୍କୁ ଜଗତ୍‌ସିଂହପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ ମଙ୍ଗଳବାର ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲାର ତଦନ୍ତ ଭାର ତତ୍କାଳୀନ ଏରସମା ଥାନା ଅଧିକାରୀ ବିଚିତ୍ରାନନ୍ଦ ସେଠୀ ଗ୍ରହଣ କରିଥିଲେ। ଘଟଣା ଘଟିବାର ୪୮ ଘଣ୍ଟା ମଧ୍ୟରେ ସେଠୀ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ୬୦ ଦିନ ଭିତରେ ଚାର୍ଜସିଟ ଦାଖଲ କରିଥିଲେ। ତାଙ୍କର ନିରପେକ୍ଷ ଓ ଉଚ୍ଚକୋଟିର ତଦନ୍ତ ପାଇଁ ତାଙ୍କୁ ସମ୍ମାନିତ କରାଯାଇଛି। ଏଥିସହିତ ସ୍ବତନ୍ତ୍ର ପୋକ୍ସୋ ସରକାରୀ ଓକିଲ ଶିବ ପ୍ରସାଦ ମାଝୀଙ୍କ କାର୍ଯ୍ୟଦକ୍ଷତା ଓ ଉଚ୍ଚକୋଟିର ମାମଲା ପରିଚାଳନା ପାଇଁ ତାଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି। ବୁଧବାର କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ଡିଜିପି ବିଜୟ କୁମାର ଶର୍ମା ଉଭୟଙ୍କୁ ୫ହଜାର ଲେଖାଏଁ ଅର୍ଥରାଶି ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ସୂଚନାଯୋଗ୍ୟ, ସେଠୀ ଏବେ ଯାଜପୁର ଜିଲା ସୁକିନ୍ଦା ଥାନାରେ ଆଇଆଇସି ଭାବେ କାର୍ଯ୍ୟରତ ଅଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ନାବାଳିକା ଜଣକ ଗଁ। ସ୍କୁଲରେ ଚତୁର୍ଥ ଶ୍ରେଣୀରେ ପଢୁଥିଲେ। ୨୦୧୮ ମାର୍ଚ୍ଚ ୨୦ରେ ସ୍କୁଲରେ ପରୀକ୍ଷା ଦେଇ ସାରିବା ପରେ ଘରକୁ ଫେରି ସାଙ୍ଗମାନଙ୍କ ସହ ଖେଳୁଥିଲେ। ଅପରାହ୍ନ ୩ଟାରେ ଲବ ନାବାଳିକାଙ୍କୁ ଅନ୍ୟତ୍ର ନେଇ ବଳାତ୍କାର କରିବା ପରେ ହତ୍ୟା କରିଥିଲେ। ସାରା ଓଡିଶା ପାଇଁ ଏହା ଏକ ଲଜ୍ଜାଜନକ ଘଟଣା ହୋଇଥିଲା। ଏ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ସହ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ ଦେବା ନେଇ ସ୍ବର ଉଠିଥିଲା।
କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି ସନ୍ତୋଷ କୁମାର ଉପାଧ୍ୟାୟଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଡିଜିପି ଶର୍ମା କହିଛନ୍ତି, ପରିବର୍ତ୍ତିତ ଆଇନ ଅନୁଯାୟୀ ନାବାଳିକାଙ୍କୁ ବଳାତ୍କାର କରୁଥିବା ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିବା ସହଜ ହୋଇଛି। ଏହା ଦ୍ୱାରା ସମାଜକୁ ଏକ ଦୃଢ ବାର୍ତ୍ତା ଯାଉଛି। ଏପରି ଘୃଣ୍ୟ ଓ ଅମାନବୀୟ କାର୍ଯ୍ୟ ପାଇଁ କ୍ଷମା ନାହିଁ। ଏହି କାର୍ଯ୍ୟକ୍ରମରେ କ୍ରାଇମବ୍ରାଞ୍ଚ ଡିଆଇଜି ଅମିତେନ୍ଦ୍ର ନାଥ ସିହ୍ନା, କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ, ଜଗତ୍‌ସିଂହପୁର ଏସ୍‌ପି ଆର୍‌. ପ୍ରକାଶ, କ୍ରାଇମବ୍ରାଞ୍ଚ ଏସ୍‌ପି ସୁଧାଂଶୁ ଶେଖର ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri