ବଳ ଗୋଟାଉଛି ‘ଅମ୍ଫନ’: ୨୦୦ କି.ମି. ବେଗରେ ସ୍ଥଳଭାଗ ଛୁଇଁବ, ସବୁ ବନ୍ଦରରେ ୧ ନଂ. ବିପଦ ସଙ୍କେତ

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ଦକ୍ଷିଣ ପୂର୍ବ ଦିଗରେ ୧୦୬୦ କିମି ଏବଂ ପଶ୍ଚିମବଙ୍ଗର ଦକ୍ଷିଣ, ଦକ୍ଷିଣ ପଶ୍ଚିମ ଦୀଘା ଠାରୁ ୧୨୨୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବ। ଏହାର ୨୪ ଘଣ୍ଟା ପରେ ଭୟଙ୍କର ସାମୂଦ୍ରୀକ ଝଡ଼ରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସାମୂଦ୍ରିକ ଝଡ଼ ଅଧିକ ବଳ ଗୋଟାଇ ଆସନ୍ତା ୧୭ ତାରିଖରେ ଉତ୍ତର, ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବ। ପରେ ଏହା ଉତ୍ତର, ଉତ୍ତର ପୂର୍ବ ଦିଗକୁ ଗତିକରି ଆସନ୍ତା ୧୮ରୁ ୨୦ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ଅମ୍ଫନ ଘଣ୍ଟା ପ୍ରତି ୨୦ କିମି ବେଗରେ ଉପକୂଳ ଆଡକୁ ମୁହାଁଇଛି। ଅବପାତ ଯୋଗୁ ବର୍ତ୍ତମାନ ସମୂଦ୍ରରେ ୪୫ରୁ ୫୫ ଏବଂ ବେଳେବେଳେ ୬୫ କିମି ବେଗରେ ପବନ ବହୁଛି। ଶନିବାର ସନ୍ଧ୍ୟା ସୁଧା ୭୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ବାତ୍ୟାରେ ପରିଣତ ହେବା ପରେ ଅମ୍ଫନର ବେଗ କ୍ରମଶଃ ବୃଦ୍ଧି ପାଇବ। ୧୭ ତାରିଖରେ ଏହା ଭୟଙ୍କର ବାତ୍ୟାରେ ପରିଣତ ହେବ। ଏହି ସମୟରେ ଏହାର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ କିମି ରହିବ ବୋଲି ଅନୁମାନ କରାଯାଇଛି। ୧୮ ତାରିଖରେ ଏହା ଆହୁରି ଭୟଙ୍କର ସାମୂଦ୍ରୀକ ଝଡ଼ରେ ରୂପାନ୍ତର ହେବାର ସମ୍ଭାବନା ରହିଛି। ୧୮ ତାରିଖ ସନ୍ଧ୍ୟାରେ ଏହାର ବେଗ ଘଣ୍ଟାପ୍ରତି ୧୩୫ରୁ ୧୬୦କିମି ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ୧୯ ତାରିଖ ମଧ୍ୟରାତ୍ରସୁଦ୍ଧା ଏହା ଅତ୍ୟନ୍ତ ଭୟଙ୍କର ବାତ୍ୟାରେ ପରିଣତ ହେବ। ସେତେବେଳେ ଏହାର ବେଗ ଘଣ୍ଟାପ୍ରତି ୧୮୦ରୁ ୨୦୦ କିମି ରହିବା ନେଇ ପୂର୍ବାନୁମାନ କରାଯାଇଛି ଏହାର ବେଗ ୧୭୦ରୁ ୧୯୦ କିମି ରହିବ ବୋଲି ଅନୁମାନ କରାଯାଉଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟାର ବେଗ ଧୀରେ ଧୀରେ ହ୍ରାସ ପାଇବା ସମ୍ଭବନା ରହିଛି। ତେବେ ବାତ୍ୟା ଅମ୍ପନ ନିର୍ଦ୍ଦିଷ୍ଟ ଭାବେ କେଉଁ ସ୍ଥଳଭାଗ ଦେଇ ଅତିକ୍ରମ କରିବ ସେ ନେଇ ଏ ପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ନ ଥିବା ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
ବାତ୍ୟା ପ୍ରଭାବରେ ଆସନ୍ତା ୧୮ ତାରିଖ ସନ୍ଧ୍ୟାରୁ ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂପୁର ଏବଂ କେନ୍ଦ୍ରାପଡ଼ା ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପାଣିବପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ୧୯ ତାରିଖରେ ବାତ୍ୟ ଉପକୂଳ ମୁହାଁ ହୋଇଥିବାରୁ ଓଡ଼ିଶା ଉପକୂଳବର୍ତ୍ତୀ ଜିଲାଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଉତ୍ତର ଓଡ଼ିଶା ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ସମ୍ଭାବାର୍ତ୍ତାକୁ ଦୃଷ୍ଟିରେ ରଖି ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ସମୂଦ୍ରକୁ ନ ଯିବାଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଗୋପାଳପୁର, ପାରାଦୀପ, ଚାନ୍ଦବାଲି, ପୁରୀକୁ ଏକ ନମ୍ବର ବିପଦ ସଙ୍କେତ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri