ବସ୍ତାନି ବୋଝ: ଗଣଶିକ୍ଷା ବିଭାଗକୁ ରିପୋର୍ଟ ତଲବ; ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ,୨୭।୧: ଶିଶୁ କାନ୍ଧରେ ବହିବସ୍ତାନି ବୋଝକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ସୋମବାର ଆବେଦନକାରୀ ଆଡଭୋକେଟ କହ୍ନେୟାଲାଲ ଶର୍ମା ସତ୍ୟପାଠ ଦାଖଲ କରିଛନ୍ତି। ସତ୍ୟପାଠରେ ଶର୍ମା ଉଲ୍ଲେଖ କରିଛନ୍ତି ଯେ, ବସ୍ତାନି ବୋଝକୁ ହାଲୁକା କରିବା ପାଇଁ ହାଇକୋର୍ଟଙ୍କ ପକ୍ଷରୁ ଗତ ଅଗଷ୍ଟ ୫ରେ ଯେଉଁ ଆଦେଶ ଜାରି କରାଯାଇଥିଲା ତାହାକୁ ଅଧିକାଂଶ ଶିକ୍ଷାଧିକାରୀ ଅନୁପାଳନ କରୁନାହାନ୍ତି। ଗଣଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ଗତ ଅକ୍ଟୋବର ୨୧ରେ ଏ ସମ୍ପର୍କରେ ଜିଲାପାଳମାନଙ୍କୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଥିଲା, ଯେଉଁଥିରେ ଜିଲାସ୍ତରରେ ଏକ ସ୍କ୍ବାଡ୍‌ ଗଠନ କରି ସ୍କୁଲଗୁଡ଼ିକ ପରିଦର୍ଶନ ପାଇଁ କୁହାଯାଇଥିଲା। ଏପରି କି ସ୍କ୍ବାଡ୍‌ ଗଠନ ସମ୍ପର୍କରେ ୧୦ଦିନ ମଧ୍ୟରେ ଗଣଶିକ୍ଷା ବିଭାଗ ନିକଟରେ ରିପୋର୍ଟ ଦାଖଲ କରିବା ପାଇଁ କୁହାଯାଇଥିଲା। କିନ୍ତୁ ଏହାକୁ ଅଧିକାଂଶ ଜିଲାପାଳ ଓ ଶିକ୍ଷାଧିକାରୀମାନେ ଅନୁପାଳନ କରି ନ ଥିବା ଆବେଦନକାରୀ ଶର୍ମା ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ଆବେଦନକାରୀଙ୍କ ସତ୍ୟପାଠ ଉପରେ ଶୁଣାଣିକରି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ସଞ୍ଜୁ ପଣ୍ଡା ଓ ବିଚାରପତି ସଙ୍ଗମ କୁମାର ସାହୁ ଗଣଶିକ୍ଷା ବିଭାଗକୁ ହାଇକୋର୍ଟଙ୍କ ଆଦେଶ ଅନୁପାଳନ କରିବା ସମ୍ପର୍କିତ ରିପୋର୍ଟ ସତ୍ୟପାଠ ଆକାରରେ ଦାଖଲ କରିବା ପାଇଁ ଆଦେଶ ଦେଇଛନ୍ତି। ମାର୍ଚ୍ଚ ୨କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri