ବସ୍ତାରୁ ମିଳିଲା ମହିଳାଙ୍କ ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ରାଜନଗର, ୨୮।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଫରେଷ୍ଟ ବିଟ୍‌ ନିକଟରୁ ଏକ ବସ୍ତାରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ।
ସ୍ଥାନୀୟ ଲୋକେ ଏକ ଉକ୍ତ ରାସ୍ତା ଦେଇ ଯାଉଥିବା ବେଳେ ଏକ ବସ୍ତାରେ ମୃତଦେହ ଥିବା ଦେଖିବାକୁ ପାଇଥିଲେ। ଏ ନେଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।