Posted inରାଜ୍ୟ

ଅଣବସ୍ତିରୁ ବାହାରୁଛନ୍ତି ଅଧିକ ଆକ୍ରାନ୍ତ

ଭୁବନେଶ୍ୱର, ୨୬ା୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରୁ ମଙ୍ଗଳବାର ୩୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ବିଏମ୍‌ସି ଅଞ୍ଚଳରେ ଏବେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୯୩୧ରେ ପହଞ୍ଚିଛି। ୩୩୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୩ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବାବେଳେ ୧୫୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏମାନଙ୍କ ମଧ୍ୟରେ ୫୦ ଜଣ ବସ୍ତିରୁ ଓ ୨୨୮ ଜଣ ଅଣବସ୍ତିରୁ ଥିବା ଜଣାପଡ଼ିଛି। ସେହିପରି ୨୫ଜଣ ବିଭିନ୍ନ ହସ୍ପିଟାଲ କର୍ମଚାରୀ, ୧୦ଜଣ ପୋଲିସ କର୍ମଚାରୀ ଏବଂ ବିଭିନ୍ନ କ୍ଷେତ୍ରରୁ ୧୫ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ସଙ୍ଗରୋଧରୁ ଚିହ୍ନଟ ୧୭୩ ଜଣଙ୍କ ମଧ୍ୟରୁ ଜଣଙ୍କର ରାଜ୍ୟ ବାହାର ଗସ୍ତ ବିବରଣୀ ରହିିଛି। ସେ ସିଆର୍‌ପିଏଫ୍‌ କ୍ୟାମ୍ପସ୍‌ର ହୋଇଥିବାବେଳେ ନିକଟରେ ଜମ୍ମୁ କଶ୍ମୀର ଗସ୍ତ କରିଥିଲେ। ଅନ୍ୟ ୧୭୨ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଚନ୍ଦ୍ରଶେଖରପୁର ୭ମ ବାଟାଲିୟନ୍‌ରୁ ୧୩ଜଣ, ଝାରପଡ଼ା ଜଗନ୍ନାଥ ନଗରରୁ ୧୧, ଭରତପୁରରୁ ୬, ଜୟଦେବ ବିହାରରୁ ୫, ସାଲିଆ ସାହି, ଜଗନ୍ନାଥ ବସ୍ତି ଓ ମଧୁସୂଦନ ନଗରରୁ ୪ଜଣ ଲେଖାଏ, ଏକ ଘରୋଇ ହସ୍ପିଟାଲ, ଆଇଆର୍‌ସି ଭିଲେଜ୍‌, ବରମୁଣ୍ଡା, ଡୁମୁଡୁମା, ମଧୁସୁଦନ ନଗର, ସତ୍ୟନଗର, ମଞ୍ଚେଶ୍ୱର ଏବଂ ୟୁନିଟ୍‌ ୯ରୁ ୩ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ସ୍ଥାନୀୟ ଆକ୍ରାନ୍ତଙ୍କ ମଧ୍ୟରେ ରବୀନ୍ଦ୍ର ମଣ୍ଡପ ନିକଟରେ ଥିବା ଏକ ବ୍ୟାଙ୍କ, ବିଡିଏ କଲୋନୀ, ସୌଭାଗ୍ୟ ନଗର, ଖାରବେଳ ନଗର, ଜାଗମରା, ନିଳାଦ୍ରୀ ବିହାରରୁ ୩ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଭୁବନେଶ୍ୱରର ବହୁ ସ୍ଥାନରୁ ଜଣେ କିମ୍ବା ଦୁଇଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରରୁ ମଙ୍ଗଳବାର ୧୬୩ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ୪୭୨୬ ଜଣ ସୁସ୍ଥ ହୋଇଛନ୍ତି। ୩୧୬୨ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ୩୪ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri