ବସ୍‌କୁ ଚଢ଼ିବାବେଳେ ମାଡ଼ିଗଲା କାର୍‌

ଭୋଗରାଇ, ୨୮।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତା ୫୭ ନଂ. ରାଜ୍ୟ ରାଜପଥ ନଗୁଆଁ ଛକଠାରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଛକରେ ୨ଜଣ ମହିଳା ବସ୍‌ ଚଢୁଥିବା ବେଳେ ଦ୍ରୁତଗତିରେ ଆସୁଥିବା ଏକ କାର୍‌ ମାଡ଼ିଯିବାରୁ ଉଭୟଙ୍କ ମୃତ୍ୟୁ ହୋଇଛି। ଉକ୍ତ କାର୍‌ ଅନ୍ୟ ଦୁଇଟି ଗାଡ଼ିକୁ ମଧ୍ୟ ଧକ୍କା ଦେବାରୁ ସେଥିରେ ଥିବା ୪ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇଜଣ ବାଳକ, ଜଣେ ମହିଳା ଓ ଜଣେ ପୁରୁଷ ଅଛନ୍ତି। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା କାର୍‌କୁ ଭଙ୍ଗାରୁଜା କରିଥିଲେ। ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ସହ ପରିସ୍ଥିତି ନିୟନ୍ତ୍ରଣ କରିଥିଲା।
ଦୀଘା ବୁଲିବାକୁ ଆସିଥିବା ବାଲେଶ୍ୱର ସହର ସହଦେବଖୁଣ୍ଟା ଅଞ୍ଚଳର ୬ଜଣ ଯୁବକ କାର୍‌ (ନଂ. ଓଡ଼ି୦୧ଏଜି-୮୯୧୯) ଯୋଗେ ଘରକୁ ଫେରୁଥିଲେ। ନଗୁଆଁ ଛକଠାରେ ୨ଜଣ ମହିଳା ବସ୍‌ରେ ଚଢୁଥିବା ବେଳେ ପଛପଟୁ ସେମାନଙ୍କ ଉପରେ କାର୍‌ ମାଡ଼ିଯିବା ସହ ଅନ୍ୟ ଦୁଇଟି ଗାଡିକୁ ମଧ୍ୟ ଧକ୍କା ଦେଇଥିଲା। ଘଟଣାସ୍ଥଳରେ କଖଡ଼ା ପଞ୍ଚାୟତ ପୁରୁଷୋତ୍ତମପୁର ଗ୍ରାମର ଖକନ ସେଠୀଙ୍କ ସ୍ତ୍ରୀ ପୂର୍ଣ୍ଣିମା (୩୫)ଙ୍କ ମୃତ୍ୟୁ ହୋଇଥିଲା। ସେହି ଗ୍ରାମର ଫକ ରାଉଳଙ୍କ ସ୍ତ୍ରୀ ଲକ୍ଷ୍ମୀପ୍ରିୟା (୩୪)ଙ୍କ ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତ୍ୟୁ ହୋଇଛି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଗୁରୁତର ଆହତମାନଙ୍କ ପରିଚୟ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri