ବସ୍‌ରୁ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୩୧।୫- ବାଲେଶ୍ବରରୁ ବଲାଙ୍ଗୀର ଆସୁଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ସକାଳେ ଜଣେ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣକ ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅନ୍ତର୍ଗତ ହିଡିଗାଁର ରବୀନ୍ଦ୍ର କୁମାର ସାମନ୍ତ (୫୫) ବୋଲି ଚିହ୍ନଟ କରାଯାଇଛି। ଯାତ୍ରୀବାହୀ ବସ୍‌ଟି ସକାଳ ୭ଟାରେ ବଲାଙ୍ଗୀର ପହଞ୍ଚିବା ପରେ ସମସ୍ତ ଯାତ୍ରୀ ତଳକୁ ଓହ୍ଲାଇଥିଲେ। ମାତ୍ର ରବୀନ୍ଦ୍ର ଓହ୍ଲାଇ ନ ଥିଲେ। ବସ୍‌ ସିଟ୍‌ରେ ଶୋଇବା ଅବସ୍ଥାରେ ଥିଲେ। ବସ୍‌ କର୍ମଚାରୀ ତାଙ୍କୁ ଉଠାଇବା ପରେ ମଧ୍ୟ ନ ଉଠିବାରୁ ବଲାଙ୍ଗୀର ଟାଉନ ଥାନା ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ପହଞ୍ଚିବା ପରେ ଆମ୍ବୁଲାନ୍ସରେ ରବୀନ୍ଦ୍ରଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ରବୀନ୍ଦ୍ରଙ୍କ ମୃତଦେହକୁ ହସ୍ପିଟାଲର ଶବାଗାରକୁ ନିଆଯାଇଥିଲା। ବସ୍‌ କର୍ମଚାରୀଙ୍କ ସୂଚନା ମୁତାବକ ରବୀନ୍ଦ୍ର ଗୁରୁବାର ସା ପ୍ରାୟ ୮ଟାରେ ବାଲେଶ୍ୱରରୁ ବଲାଙ୍ଗୀର ଅଭିମୁଖେ ଆସିବା ପାଇଁ ବସ୍‌ରେ ଚଢିଥିଲେ। ସେ ଜଣେ ଟାଇଲ୍ସ ଠିକାଦାର ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri