ବସ୍‌ରେ ଏସ୍‌ଓପି ପାଳନ ନେଇ ଯାଞ୍ଚ କଲା ବିଏମ୍‌ସି

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସମସ୍ତ ଘରୋଇ ଓ ସରକାରୀ ସଂସ୍ଥାକୁ ଷ୍ଟାଣ୍ଡାର୍ଡ ଅପରେଶନ ପ୍ରୋସିଡ୍ୟୁୟର (ଏସ୍‌ଓପି) ଜାରି କରିଛି। ଉକ୍ତ ଏସ୍‌ଓପିକୁ ସଂସ୍ଥାଗୁଡ଼ିକ ପାଳନ କରୁଛନ୍ତି କି ନାହିଁ ସେ ନେଇ ନିୟମିତ ଯାଞ୍ଚ କରାଯାଉଛି। ଏହି ମର୍ମରେ ବିଏମ୍‌ସିର ଦକ୍ଷିଣ ପୂର୍ବ ଜୋନାଲ ଡେପୁଟି କମିଶନର ଅଂଶୁମାନ ରଥଙ୍କ ସହ ଆର୍‌ଟିଓ ଅଧିକାରୀ ଏବଂ କମିଶନରେଟ ପୋଲିସ୍‌ର ମିଳିତ ଟିମ୍‌ ଗୁରୁବାର ରାସ୍ତାରେ ଚଳାଚଳ କରୁଥିବା ବିଭିନ୍ନ ଘରୋଇ ବସ୍‌ ଯାଞ୍ଚ କରିଛନ୍ତି। ଜୋନାଲ ଡେପୁଟି କମିଶନର ରଥଙ୍କ ନେତୃତ୍ୱରେ ସ୍ଥାନୀୟ କଳ୍ପନା ଛକସ୍ଥିତ ବସ୍‌ଷ୍ଟାଣ୍ଡରେ ଏହି ଯାଞ୍ଚ କରାଯାଇଥିଲା। ବସ୍‌ଗୁଡ଼ିକ ଅଧିକ ଯାତ୍ରୀ ନେଉଛନ୍ତି କି ନାହିଁ ଓ ବସ୍‌ଯାତ୍ରୀଙ୍କ ହାତକୁ ସାନିଟାଇଜରରେ ସଫା କରାଯାଉଛି କି ନାହିଁ ତାହା ଯାଞ୍ଚ ହୋଇଥିଲା। ବସ୍‌ ମାଲିକମାନଙ୍କ ପାଇଁ ବିଏମ୍‌ସି ଜାରି କରିଥିବା ଏସ୍‌ଓପିକୁ ସେମାନେ ମାନୁଛନ୍ତି କି ନାହିଁ ସେନେଇ ମଧ୍ୟ ଯାଞ୍ଚ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ, ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀଙ୍କ ନିର୍ଦ୍ଦେଶକ୍ରମେ ଏହି ଯାଞ୍ଚ କରାଯାଇଥିଲା। କଟକରୁ ପୁରୀ, ଭୁବନେଶ୍ୱରରୁ ପୁରୀ ଯାଉଥିବା ଘରୋଇ ଓ ସରକାରୀ ବସ୍‌ ସମେତ ଟୁରିଷ୍ଟ ବସ୍‌ଗୁଡ଼ିକୁ ମଧ୍ୟ ଯାଞ୍ଚ କରାଯାଇଥିଲା। ଘରୋଇ, ସରକାରୀ ଓ ଟୁରିଷ୍ଟ ବସ୍‌ଗୁଡ଼ିକରେ ଯାତ୍ରୀଙ୍କ ସଂଖ୍ୟା କମ୍‌ ଥିବାବେଳେ ବସ୍‌ କର୍ତ୍ତୃପକ୍ଷ ଏସ୍‌ଓପିକୁ ମାନୁଥିବା ଦେଖିବାକୁ ମିଳିଥିଲା। ଆଗକୁ ମଧ୍ୟ ଏହିପରି ଯାଞ୍ଚ ପ୍ରକ୍ରିୟା ଜାରି ରହିବ ବୋଲି ବିଏମ୍‌ସି କମିଶନର ଚୌଧାରୀ କହିବା ସହ ବସ୍‌ କର୍ତ୍ତୃପକ୍ଷ ସଚେତନ ହୋଇ ଜନସାଧାରଣଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନଦେବେ ବୋଲି ସେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri