ବସ୍‌ରେ ବଳାତ୍କାର କରିବା ଘଟଣା : ବସିଲା ମନ୍ତ୍ରୀସ୍ତରୀୟ ବୈଠକ, ବସ୍‌ ଧର୍ମଘଟ ବନ୍ଦ କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ୧୨ତାରିଖରେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଧର୍ମଘଟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏନେଇ ଶୁକ୍ରବାର ବସ୍‌ ମାଲିକ ସଂଘର ସାଧାରଣ ପରିଷଦ ବୈଠକରେ ଚୂଡାନ୍ତ ନିଷ୍ପତ୍ତି ନେବା ସକାଶେ ସ୍ଥିର ହୋଇଛି। ବସ୍‌ ଧର୍ମଘଟ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ପ୍ରୟାସ କରାଯାଇଛି। ଏନେଇ ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସି ଆଲୋଚନା କରାଯାଇଛି। ସୂଚନାଯୋଗ୍ୟ ଯେ, ରଥଯାତ୍ରା ସମୟରେ ଏକ ଘରୋଇ ବସ୍‌ରେ ଜଣେ ଯୁବତୀଙ୍କୁ ହେଲପର୍‌ ବଳାତ୍କାର କରିଥିଲେ। ଉକ୍ତ ବସ୍‌ ମଧ୍ୟରେ ଏହା ଘଟିବା ଖବର ପ୍ରଘଟ ହେବାପରେ ଉକ୍ତ ହେଲ୍‌ପରଙ୍କୁ ପୋଲିସ ଗିରଫ କରାଯାଇଥିଲା। ଏହାପରେ ପରିବହନ କମିଶନର ଉକ୍ତ ବସ୍‌ର ପରମିଟ୍‌ ରଦ୍ଦ କରିଦେଇଥିଲେ, ଯେଉଁଥିପାଇଁ ଏହି ବସ୍‌ ଧର୍ମଘଟ ଡାକରା ଦିଆଯାଇଛି। ଏନେଇ ମନ୍ତ୍ରୀ ବସ୍‌ ସଂଘ ସହିତ ଆଲୋଚନା କରାଯାଇଛି। ପରିବହନ ମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିବା ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଛି। ମୁଖ୍ୟତଃ ପୁରୀ ଘଟଣାର ତର୍ଜମା କରାଯାଇ ଆଗାମୀ ୧୫ଦିନ ମଧ୍ୟରେ ପରିସ୍ଥିତି ସମ୍ପର୍କରେ ପରିବହନ କମିଶନର ନିଷ୍ପତ୍ତି ନେବେ ବୋଲି ଜଣାପଡିଛି। ତେଣୁ ବସ୍‌ ମାଲିକ ସଂଘ ଆଗାମୀ ପଦକ୍ଷେପ କ’ଣ ନେବେ ସେନେଇ ଶୁକ୍ରବାର ସ୍ଥିର କରିବେ ବୋଲି ଜଣାପଡିଛି। ଏହାସହ ବରମୁଣ୍ଡା ସମସ୍ୟା ନେଇ ମଧ୍ୟ ଆଲୋଚନା ହୋଇଛି। ପରିବହନ ବିଭାଗର ଏକ ଉଚ୍ଚପଦସ୍ଥ ଅଧିକାରୀ ଟିମ୍‌ ବରମୁଣ୍ଡା ଯାଇ ଆସନ୍ତା ୫ ଦିନ ମଧ୍ୟରେ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବେ। ଏହାପରେ ରିପୋର୍ଟ ପ୍ରଦାନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଗାଡି ବିକିଲେ ପର୍‌ମିଟ ଟ୍ରାନ୍ସଫର ହେବା ସମ୍ଭବ ହେଉ ନ ଥିଲା, ଆଗକୁ ଏହା ହୋଇପାରିବ ବୋଲି ବସ୍‌ ସଂଘକୁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri