ବସ୍‌ରେ ବିଦ୍ୟୁତ୍‌ ତାର ଲାଗି ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାର ପିଛା ମିଳିବ ୨ ଲକ୍ଷ ଟଙ୍କା ଅନୁକମ୍ପା

ଭୁବନେଶ୍ୱର,୯।୨(ବ୍ୟୁରୋ)- ଗଞ୍ଜାମ ଜିଲାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟିଥିବା ବସ୍‌ ଦୁର୍ଘଟଣାରେ ମୃତକଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ମଧ୍ୟ ଜ୍ଞାପନ କରିଛନ୍ତି। ଏଥିସହିତ ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କାଏ ସହାୟତା ରାଶି ମଧ୍ୟ ଘୋଷଣା କରିଛନ୍ତିି। ଆହତ ସମସ୍ତ ବ୍ୟକ୍ତିବିଶେଷଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାରଙ୍କ ପକ୍ଷରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ କୁହାଯାଇଛି। ୧୧ କେ.ଭି. ବିଦ୍ୟୁତ ତାର ଲାଗି ଏହି ଦୁର୍ଘଟଣା ଘଟିଥିଲା। ତେଣୁ ଏହି ତାର କେତେ ଉଚ୍ଚତାରେ ରହିଥିଲା, ସେ ନେଇ ପ୍ରଶାସନିକ ତଦନ୍ତ ଆରମ୍ଭ ହୋଇଛି। ଓଡ଼ିଶା ପାୱାର ଟ୍ରାନ୍ସମିଶନ୍‌ କର୍ପୋରେଶନ ଲିଃ (ଓପିଟିସିଏଲ୍‌) ଅଧ୍ୟକ୍ଷ ତଥା କାର୍ଯ୍ୟନିର୍ବାହୀ (ସିଏମ୍‌ଡି) ସୌରଭ ଗର୍ଗଙ୍କ ପକ୍ଷରୁ ସାଉଥ୍‌କୋକୁ ରିପୋର୍ଟ ମଗାଯାଇଛି। ରିପୋର୍ଟ ଆସିବା ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri