ଜଟଣୀ,୨୫ା୩(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଲକ୍ଡାଉନ୍ ଘୋଷଣା କାର୍ଯ୍ୟକାରିତା ନେଇ ଜିଲାପାଳ ସିତାଂଶୁ କୁମାର ରାଉତ ମଙ୍ଗଳବାର ଜଟଣୀର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ପରଖିଥିଲେ। ପୋଲିସ ଓ ପ୍ରଶାସନ ଦ୍ୱାରା ବିଭିନ୍ନ ସ୍ଥାନରେ ହେଉଥିବା ବ୍ଲକିଂ ସ୍ଥାନ ସମେତ ଅନ୍ୟ କେତେକ ଅଞ୍ଚଳ ବୁଲି ଦେଖିଥିଲେ। ସ୍ଥାନୀୟ ସୀତାରାମ ଛକରେ ଫଳ ଓ ପନିପରିବା ବିକୁଥିବା ଉଠାଦୋକାନୀଙ୍କ ନିକଟରେ ଗହଳି ଦେଖି ଜିଲାପାଳ ରାଉତ ବିରକ୍ତି ପ୍ରକାଶ କରିଥିଲେ। ଏହାର ପ୍ରତିକାର ବ୍ୟବସ୍ଥା କରିବାକୁ ଉପସ୍ଥିତ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜଟଣୀ ସହରର ବିଭିନ୍ନ ସ୍ଥାନରେ ଥିବା ଉଠାଦୋକାନୀଙ୍କୁ ସ୍ଥାନୀୟ ନୂଆ ବସ୍ଷ୍ଟାଣ୍ଡ ପରିସରକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ହୋଇଥିବା ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର କହିଛନ୍ତି। ଭୁବନେଶ୍ୱର ସବ୍କଲେକ୍ଟର ଦେବବ୍ରତ ସାହୁ, ଜଟଣୀ ତହସିଲଦାର ଓ ଅନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ଆଲୋଚନା ହୋଇ ଏପରି ନିଷ୍ପତ୍ତି ହୋଇଛି। ଏହି ଥାନା ଅନ୍ତର୍ଗତ ହରିଭାଇନା ଛକ, ୧୬ ନଂ. ଜାତୀୟ ରାଜପଥର ଜଟଣୀ ଗେଟ୍, ପିତାପଲ୍ଲୀ ଛକରେ ରାସ୍ତା ବ୍ଲକିଂ କରାଯାଇଛି। ସେହିପରି ଜଟଣୀ ତହସିଲ ଓ ମ୍ୟୁନିସିପାଲିଟି ପକ୍ଷରୁ ଗଠିତ ୨ଟି ଲେଖାଏ ଟିମ୍ ସହର ଓ ଗ୍ରାମାଞ୍ଚଳ ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କୁ ସଚେତନ କରିବା ସହ ଖୋଲାଥିବା ଦୋକାନ ବନ୍ଦ କରାଇଥିଲେ। ଆବଶ୍ୟକ ନ ଥିଲେ ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦେଇଥିଲେ। ଡାକବାଜି ଯନ୍ତ୍ରରେ ପ୍ରଚାର କରାଯାଇଥିଲା।
Posted inଆମ ଜିଲା ଖବର, ଖୋର୍ଦ୍ଧା View All
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...
ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…
ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ…
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
Archives


