ବସ୍‌ଷ୍ଟାଣ୍ଡ ପରିସ୍ରାଗାର, ଶୌଚାଳୟ ଅବହେଳିତ : ଦୁର୍ଗନ୍ଧରେ ନାକ ଫାଟୁଛି

ଢେଙ୍କାନାଳ ଅଫିସ, ୯।୬ – ଢେଙ୍କାନାଳ ବସ୍‌ଷ୍ଟାଣ୍ଡ ପରିସରରେ ନିର୍ମିତ ଶୌଚାଳୟ ଏବଂ ପରିସ୍ରାଗାର ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇପଡ଼ିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ପୌରସଂସ୍ଥା ଏହାର ସଫେଇ ଦିଗରେ ପଦକ୍ଷେପ ଗ୍ରହଣ କରୁନାହିଁ। ଆବର୍ଜନାରେ ପରିପୂର୍ଣ୍ଣ ହୋଇରହିଥିବାବେଳେ ପରିସ୍ରାଗାର ପରିସରରେ ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିବାରୁ ଦୁର୍ଗନ୍ଧରେ ନାକ ଫାଟୁଛି।
ଜିଲାବାସୀଙ୍କ ଗମନାଗମନର ପ୍ରମୁଖ କେନ୍ଦ୍ରସ୍ଥଳ ହେଉଛି ଢେଙ୍କାନାଳ ବସ୍‌ଷ୍ଟାଣ୍ଡ। ପ୍ରତିଦିନ ହଜାର ହଜାର ଯାତ୍ରୀ ଏହା ଉପରେ ନିର୍ଭର କରନ୍ତି। ଜିଲା ତଥା ଜିଲା ବାହାରୁ ଆସୁଥିବା ବସ୍‌ଗୁଡ଼ିକ ଏଠାରେ ସାମୟିକ ରହଣି କରିଥାନ୍ତି। ଉକ୍ତ ସମୟରେ ଯାତ୍ରୀମାନେ ପରିସ୍ରା ଏବଂ ଶୌଚ କରିବାକୁ ଉକ୍ତ ପରିସ୍ରାଗାର ଉପରେ ନିର୍ଭର କରିଥାନ୍ତି। ହେଲେ ଶୌଚାଳୟ ଭିତରେ କୁଢ଼କୁଢ଼ ପ୍ଲାଷ୍ଟିକ ବୋତଲ, ମଦ ବୋତଲ ଭଳି ବର୍ଜ୍ୟବସ୍ତୁ ଭର୍ତ୍ତି ହୋଇଛି। ପରିସ୍ରା କରିବା ଲାଗି ବସାଯାଇଥିବା ବେସିନ ବ୍ୟବହାର ଅନୁପଯୋଗୀ ହୋଇପଡ଼ିଛି। ପାଣି ଆସୁ ନ ଥିବାରୁ ସେସବୁ କାମରେ ଆସୁନାହିଁ। ଦୁର୍ଗନ୍ଧରେ ନାକ ଫାଟୁଛି ା ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି, ଯାହା ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ାଉଛି। ଢେଙ୍କାନାଳ ବସଷ୍ଟାଣ୍ଡରୁ ଦୈନିକ ୧୦୦ରୁ ଊର୍ଦ୍ଧ୍ୱ ବସ୍‌ ବିଭିନ୍ନ ଅଞ୍ଚଳକୁ ଯାତାୟାତ କରୁଥିବାବେଳେ ଯାତ୍ରୀଙ୍କ ଉଦ୍ଦେଶ୍ୟରେ ନିର୍ମିତ ଶୌଚାଳୟ କାର୍ଯ୍ୟରେ ନ ଆସିବା ପୌରସଂସ୍ଥାର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଏ ନେଇ ନିର୍ବାହୀ ଅଧିକାରୀ ଅତନୁ ସାମନ୍ତ କୁହନ୍ତି, ପରିସ୍ରାଗାରରେ ସୃଷ୍ଟି ହୋଇଥିବା ସମସ୍ୟା ସମ୍ପର୍କରେ ଅଭିଯୋଗ ଆସିନାହିଁ। ସୋମବାର ଘଟଣାସ୍ଥଳ ପରିଦର୍ଶନ କରିବା ପରେ ଆବଶ୍ୟକ ପଦେକ୍ଷପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri