Categories: ଅନୁଗୋଳ

ବସ୍‌ ଓଲଟି ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବଅଁରପାଳ,୨୮।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ୫୫ନଂ ଜାତୀୟ ରାଜପଥ ବନ୍ଦା ଓଭରବ୍ରିଜ୍‌ ନିକଟରେ ଶୁକ୍ରବାର ଭୋର ସମୟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି। ‘ଦିଲ୍‌ଖୁସ୍‌’ ନାମକ ଏହି ବସ୍‌ଟି ଝାରସୁଗୁଡ଼ାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଓଭରବ୍ରିଜ୍‌ ତଳେ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ବଅଁରପାଳ ପୋଲିସ ଓ ଦମକଳ ବାହିନୀ କର୍ମଚାରୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିବା ଜଣାପଡ଼ିଛି।