ବସ୍‌-କାର୍‌ ମୁହଁ।ମୁହିଁ ଧକ୍କା, ୧୫ ଆହତ

ଗୋପ,୯ା୧୧(ଡି.ଏନ୍‌.ଏ.): ନିମାପଡ଼ା-ଗୋପ ରାସ୍ତାର କୁଶୁପୁର ଗାଁ ଛକ ନିକଟରେ ଶୁକ୍ରବାର ଏକ ବସ୍‌ ଓ କାର୍‌ ମୁହଁ।ମୁହିଁ ଧକ୍କା ହେବାରୁ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସ୍ଥାନୀୟ ଅଗ୍ନିଶମ ବିଭାଗ ଆହତମାନଙ୍କୁ ଉଦ୍ଧାର କରି ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ବିଦ୍ୟୁତ୍‌ ନ ଥିବାରୁ ଆହତମାନଙ୍କୁ ମୋବାଇଲ ଟର୍ଚ୍ଚ ଲାଇଟରେ ଚିକିତ୍ସା କରାଯାଇଥିଲା। ସେଥିରୁ ୫ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଡାକ୍ତରଖାନାରେ କିଛି ସମୟ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ସୂଚନାଯୋଗ୍ୟ, ଶୁକ୍ରବାର ଅପରାହ୍ନ ୫ଟାରେ ନାଗେଶ୍ୱର ନାମକ ଏକ ଘରୋଇ ବସ୍‌ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ କୋଣାର୍କ ଅଭିମୁଖେ ଯାଉଥିଲେ। ବିପରୀତ ଦିଗରେ ନିମାପଡ଼ା ଥାନା ଅଧୀନ କୁଆଁଶ ତରଡ଼ାପଡ଼ା ଗ୍ରାମର ୫ଜଣ ଯୁବକ ଏକ କାର୍‌(ନଂ.ଓଡି ୦୨ ଏଆର୍‌-୪୬୩୯) ଯୋଗେ କୋଣାର୍କରୁ ଫେରୁଥିବାବେଳେ କୁଶୁପୁର ଗାଁ ମୁଣ୍ଡ ଛକରେ ଦ୍ରୁତ ଗତିରେ ଆସି ଏହି ବସ୍‌କୁ ଧକ୍କା ଦେଇଥିଲା। କାର୍‌ରେ ଥିବା ଦେବାଶିଷ ବଡ଼ଜେନା (୨୨), ବାପି ବେହେରା (୨୯), ରାକେଶ ସ୍ବାଇଁ (୨୮), ଅଜିତ୍‌ ବେହେରା(୨୮) ଓ ତାପଶ ବିଶ୍ୱାଳ (୨୬) ଗୁରୁତର ହୋଇଥିବାବେଳେ ବସ୍‌ରେ ଥିବା ଲକ୍ଷ୍ମୀଧର ବେହେରା, ଇଫ୍ରାନ୍‌ ଖାନ୍‌, ସ୍ବାଗତ ସେନାପତି ସମେତ ୧୦ଜଣ ଆହତ ହୋଇଥିଲେ। ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ କାର୍‌ ଓ ବସ୍‌କୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri