ବସ୍‌ ଚକାତଳେ ଚାପି ହୋଇ ସ୍କୁଟି ଆରୋହୀ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଖଲ୍ଲିକୋଟ,୨ା୧୧(ଡି.ଏନ.ଏ.)-ଖଲ୍ଲିକୋଟ ସହର କରଣ ସାହି ରାସ୍ତାରେ ଶୁକ୍ରବାର ଅପରାହ୍ନରେ ବସ୍‌ ଚକାତଳେ ଚାପିହୋଇ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋଦଳା ମାଗୁରା ସାହିର ସୂର୍ଯ୍ୟମଣି ମୁନି। ଏ ନେଇ ୩୧୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
ଆସିକାରୁ ଭୁବନେଶ୍ୱର ଯାଉଥିବା ଏକ ଘରୋଇ ବସ (ନଂ. ଓଡି୦୨ଏଏସ୬୮୯୯) ବିପରୀତ ଦିଗରୁ ଆସୁଥିବା ସ୍କୁଟି ଆରୋହୀଙ୍କୁ ଧକ୍କା ଦେଇଥିଲା। ଫଳରେ ମୁନି ତଳେ ପଡ଼ି ଯାଇଥିଲେ। ହେଲ୍‌ମେଟ ପିନ୍ଧିଥିଲେ ସୁଦ୍ଧା ବସଚକା ତାଙ୍କ ମୁଣ୍ଡ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଖଲ୍ଲିକୋଟ ଆଇଆଇସି ସତ୍ୟରଞ୍ଜନ ପ୍ରଧାନ, ଏସ୍‌ଆଇ ସିଲୁ ଧଳ ପହଞ୍ଚତ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇଛନ୍ତି। ବସ୍‌କୁ ଜବତ କରାଯାଇ ଥାନାରେ ରଖାଯାଇଛି। ପରେ ମୃତ ସୂର୍ଯ୍ୟମଣିଙ୍କ ସମ୍ପର୍କୀୟ ଓ ଅଞ୍ଚଳର କେତେକ ବ୍ୟକ୍ତି କ୍ଷତିପୂରଣ ଦାବିରେ ଖଲ୍ଲିକୋଟ ମେଡିକାଲ ଆଗରେ ଟାୟାର ଜାଳି ରାସ୍ତାରୋକୋ କରିଥିଲେ। ଖଲ୍ଲିକୋଟ ତହସିଲଦାର ଚିତ୍ତରଞ୍ଜନ ମହାନ୍ତ ଓ ଆଇଆଇସି ପହଞ୍ଚତ୍ ଆର୍‌ଟିଓଙ୍କ ସ୍ବତନ୍ତ୍ର ପାଣ୍ଠିରୁ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା। କୋଦଳା ତହସିଲଦାର ରେଡକ୍ରସ ଫଣ୍ଡରୁ ୧୦ ହଜାର ଟଙ୍କା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri