Posted inଜାତୀୟ

ବସ୍‌ ଛାତରୁ ଭିଡ ରାସ୍ତାରେ ଗଳି ପଡିଲେ ୨୦ରୁ ଊର୍ଦ୍ଧ୍ୱ ଛାତ୍ର

ନୂଆଦିଲ୍ଲୀ,୧୮।୬: ଚେନ୍ନାଇରେ ବସ୍‌ ଡେ’ ପାଳନ ଅବସରରେ ଘଟିଛି ଏକ ଦୁର୍ଘଟଣା। ସୋମବାର ଏହି ଦିବସ ପାଳନ ଅବସରରେ କେତେଜଣ ଛାତ୍ର ଚଳନ୍ତା ବସ୍‌ ଛାତ ଉପରେ ଓ ଝରକାରେ ଚଢି ସ୍ଲୋଗନ୍‌ ଦେଉଥିଲେ। ହେଲେ ଏତିକି ବେଳେ ଏକ ଚଳନ୍ତା ବସରୁ ପ୍ରାୟ ୨୪ ଜଣ ପିଲା ସିଧା ରାସ୍ତା ଉପରେ ଗଳି ପଡିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏମାନଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ଆହତ ହୋଇଛନ୍ତି। ପୋଲିସର ସୂଚନା ଅନୁଯାୟୀ, କଲେଜ ଛାତ୍ରମାନେ ବସ୍‌ ଭିତରେ ଭର୍ତ୍ତି ହୋଇଯିବା ପରେ ଡ୍ରାଇଭର ଓ କଣ୍ଡକଟରଙ୍କ ବାରଣ ସତ୍ୱେ କେତେଜଣ ପିଲା ବସ୍‌ ଛାତ ଉପରେ ଚଢିଯାଇଥିଲେ। ଆଉ କେତେଜଣ ଛାତ୍ର ସ୍ଲୋଗାନ ଦେଇ ବସ୍‌ ଆଗରେ ବାଇକ୍‌ରେ ଯୋଉଥିଲେ। ଅଧାରାସ୍ତାରେ ହଠାତ୍‌ ବାଇକରେ ଯାଇଥିବା ଜଣେ ଛାତ୍ର ବେକ୍‌ ମାରିବାରୁ ବସ୍‌ ଡ୍ରାଇଭର ମଧ୍ୟ ବ୍ରେକ୍‌ ଲଗାଇ ଦେଇଥିଲେ। ଆଉ ଏହି ସମୟରେ ପିଲାମାନେ ନିଜକୁ କଣ୍ଟ୍ରୋଲ ନ କରିପାରି ସିଧା ରାସ୍ତା ଉପରେ ଖସି ପଡିଥିଲେ। ଏଭଳି ବିପଦପୂର୍ଣ୍ଣ ଯାତ୍ରା ପାଇଁ ପୋଲିସ ପାଖାପାଖି ୨୦ ଜଣ ଛାତ୍ରଙ୍କୁ ଗିରଫ କରିଥିବା ବେଳେ ଅନେକ ଛାତ୍ର ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri