ବସ୍‌-ଟ୍ରକ୍‌ ଧକ୍କା: ୩୦ ଆହତ, ୬ ଗୁରୁତର

ରଣପୁର/ଟାଙ୍ଗୀ,୧।୨(ସ୍ବ.ପ୍ର./ଡି.ଏନ୍‌.ଏ.): ନୟାଗଡ ଜିଲା ଚାନ୍ଦପୁର ଥାନା ୧୬ ନମ୍ବର ଜାତୀୟ ରାଜପଥର ବେଣ୍ଟଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଟ୍ରକ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଚାଳକଙ୍କ ସମେତ ୩୦ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ୨ଟିକୁ ଜବତ କରିବା ସହିତ ଘଟଣାର ତଦନ୍ତ ଜାରି ରଖିଛି। ଏହି ଘଟଣାକୁ ନେଇ ଦୀର୍ଘ ୨ଘଣ୍ଟା ଧରି ରାସ୍ତାରୋକୋ କରାଯାଇଥିଲା।
ପ୍ରକାଶ ଯେ, ଓଡି୦୨ଏ ୯୨୩୭ ନମ୍ବର ବିଶିଷ୍ଟ ଓମ୍‌ ମା ନାମକ ଏକ ଘରୋଇ ବସ୍‌ ଭୁବନେଶ୍ୱରରୁ ବାହାରି ବାଲୁଗଁ। ଅଭିମୁଖେ ଯାଉଥିଲା ବେଳେ ଅପରାହ୍ନ ୩ଟାରେ ଚାନ୍ଦପୁର ନିକଟସ୍ଥ ବେଣ୍ଟଛକଠାରେ ବିପରୀତ ଦିଗରୁ ଆସୁଥିବା ଓଡି୦୭ ଏଲ୍‌ ୨୦୦୩ ନମ୍ବର ବିଶିଷ୍ଟ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଉକ୍ତ ବସ୍‌ରେ ପ୍ରାୟ ୪୦ରୁ ୪୫ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୩୦ଜଣ ଆହତ ହୋଇଥିବାବେଳେ ୬ଜଣଙ୍କ ଅବସ୍ଥା ଗୁରୁତର ଅଛି। ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଟାଙ୍ଗୀ ଦମକଳ ବାହିନୀ ସହାୟତାରେ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ଚାନ୍ଦପୁର ଏବଂ ଟାଙ୍ଗୀ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ବସ୍‌ ଡ୍ରାଇଭର ଅଖିଳ ବେହେରା (୫୫), ଯାତ୍ରୀ ଅନୀତା ସାହୁ (୧୪), ରଙ୍ଗଲତା ତାଡ (୬୨), ଅନୀତା ସାହୁ (୩୫), ଭୁବନେଶ୍ୱର ମହନ୍ତ (୪୫) ଏବଂ ବନମାଳୀ ପ୍ରଧାନ (୨୭)ଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ଆହତ ବସଯାତ୍ରୀଙ୍କ ଘର ନିକଟସ୍ଥ ଟାଙ୍ଗୀ, ଚାନ୍ଦପୁର, ନାଚୁଣୀ, ବାଲୁଗଁା ଅଞ୍ଚଳରେ ବୋଲି ଜଣାପଡ଼ିଛି। ବେଣ୍ଟଛକଠାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ତାହାର ପ୍ରତିକାର ଦାବି ସହ ସେଠାରେ ଏକ ଓଭରବ୍ରିଜ ନିର୍ମାଣ ଦାବିରେ ସ୍ଥାନୀୟ ଲୋକମାନେ ଅପରାହ୍ନ ୪ଟାରୁ ସେଠାରେ ରାସ୍ତାରୋକୋ କରିଥିଲେ। ଫଳରେ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ବହୁ ଯାନବାହନ ଅଟକି ରହିଥିଲା। ଥାନା ଏସଆଇ ଏସ.ଏସ. ହରୋ ସେଠାରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଦୀର୍ଘ ୨ଘଣ୍ଟା ପରେ ଅର୍ଥାତ ସନ୍ଧ୍ୟା ୬ଟାରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ଖବରପାଇ କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ ସେଠାରେ ପହଞ୍ଚି ଘଟଣାର ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri